ପାଇନ୍‌ ବଣରୁ ମିଳିଲା ଶହ ଶହ କାଚ ବୋତଲ, ଚିନ୍ତାରେ ପରିବେଶବିତ୍‌

ଦାରିଙ୍ଗବାଡ଼ି,୨୭ା(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏଥିପାଇଁ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ସମେତ ବସ୍‌ଷ୍ଟାଣ୍ଡ ଆଦି ଅଞ୍ଚଳକୁ ସଫା କରାଯାଇଛି। ଚାରିଆଡ଼େ ଖାଲି କୁଢ଼କୁଢ଼ ପ୍ଲାଷ୍ଟିକ୍‌, କାଚ ବୋତଲ। ଡୁଲୁରୀ ପାଇନ ବଣରେ ଏଣେ ତେଣେ ସର୍ବାଧିକ ଶହଶହ ସଂଖ୍ୟାରେ ମଦ ବୋତଲ ପଡ଼ିଥିବା ଦେଖି ସଫେଇ କରୁଥିବା ମିଶନଶକ୍ତିର ମହିଳାମାନେ ତାଜୁବ ହୋଇଯାଇଥିଲେ। ଯେଉଁ ମହିଳାମାନେ ଅଞ୍ଚଳରେ ଚୋରା ମଦ କାରବାରକୁ ରୋକିବା ପାଇଁ ପ୍ରୟାସ କରିବା ବିରୋଧ କରିଆସୁଛନ୍ତି, ଆଜି ସେମାନେ ବିଶ୍ୱ ପର୍ଯ୍ୟଟନ ଦିବସରେ ଏଭଳି ସଫେଇ ବେଳେ ଏତେ ସଂଖ୍ୟାରେ ଖାଲି ମଦ ବୋତଲ ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି।

ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ପରିବେଶବିତ୍‌। ସେମାନେ ପର୍ଯ୍ୟଟକଙ୍କୁ ଏଭଳି ଏଣେ ତେଣେ ନ ପକାଇ ଗୋଟିଏ ସ୍ଥାନରେ ପ୍ଲାଷ୍ଟିକ ଓ ଖାଲି ବୋତଲ ପକାଇବାକୁ ନିବେଦନ କରିଛନ୍ତି। କଫି ବଗିଚା ଡୁଲୁରୀ ପିକ୍‌ନିକ୍‌ ସ୍ପଟ୍‌, ବସ୍‌ଷ୍ଟାଣ୍ଡ ସମେତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଥିବା ପର୍ଯ୍ୟଟନ କ୍ଷେତ୍ର ଓ ବଜାର, ରାସ୍ତାଘାଟ ସଫେଇ କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ଦେଲେ ହତ୍ୟା ଧମକ, ଥାନାରେ ମାମଲା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ବିଭିନ୍ନ ସ୍ଥାନରେ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଦାରିଙ୍ଗବାଡ଼ି ଓ ରାଇକିଆ...

ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…

କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ...

ହଷ୍ଟେଲରୁ ମିଳିଲା ଫାର୍ମାସୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ଼ ନୋଟରେ…

ବ୍ରହ୍ମପୁର,୨୭।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ପୋଲିସ ଶୁକ୍ରବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକ ଜଣଙ୍କ ପୁରୀ ଜିଲା କୃଷ୍ଣପ୍ରସାଦ...

ଭକ୍ତଙ୍କୁ ପଞ୍ଚଲିଙ୍ଗେଶ୍ୱର ମନା 

ନୀଳଗିରି,୨୭।୦୯(ପ୍ରଶାନ୍ତ କୁମାର ବିଶ୍ବାଳ): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷାର ପ୍ରଭାରେ ଧନ ଜୀବନ ଅସ୍ତବ୍ୟସ୍ତ  ହୋଇପଡ଼ିଛି। ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାର...

ବିଶ୍ୱ ପର୍ଯ୍ୟଟନ ଦିବସ: ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା-ପ୍ରଶାସନ

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ଏଥିପାଇଁ ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡିର...

କଳାହାଣ୍ଡି ବିଜୟୀ, ଦ୍ୱିତୀୟ ମ୍ୟାଚ୍‌ରେ ବର୍ଷା ବାଧା

ବରଗଡ଼, ୨୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ...

ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ...

ଜୈବିକ ଚାଷର ପ୍ରଣାଳୀ ଶିଖିଲେ ଛାତ୍ରୀ

ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶିଖିଲେ ଜୈବିକ ଚାଷର ପ୍ରଣାଳୀ ଓ ପଦ୍ଧତି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri