ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ୨୪ ଘଣ୍ଟା ନ ପୂରୁଣୁ ରାଜଧାନୀରେ ଦୁଇ ଦୁଇଟି ହତ୍ୟାକାଣ୍ଡ। ଗୁରୁବାର ଭୁବନେଶ୍ୱର ଉପକଣ୍ଠ ଦାସପୁର ନିକଟରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିବା ବେଳେ ଆଜି ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ବିର୍ସାମୁଣ୍ଡା ବସ୍ତିରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ସ୍ତ୍ରୀ ମମିନାଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ ରଙ୍ଗଲାଲ ପୂର୍ତ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି।

Share