ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗୋଟିଏ ବାଇକ୍‌ରେ ବସିଥିବା ଦେଉଣ୍ଡି (ରାମପଡ଼ା)ର ଈଶ୍ୱରୀ ସିଂ (୫୫)ଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ସଭ୍ୟା ସିଂହ ଗୁରୁତର ହୋଇଛନ୍ତି। ସେହିପରି ଅନ୍ୟ ବାଇକ୍‌ରେ ବସିଥିବା ଚାରବାହାଲ ଗ୍ରାମର ଜଣେ ଯୁବକ ଗୁରୁତର ହୋଇଛନ୍ତି। ଖବର ପାଇ ମୃତ ଈଶ୍ୱରୀଙ୍କ ସମ୍ପର୍କୀୟ କ୍ଷତିପୂରଣ ଦାବିରେ ସ୍ଥାନୀୟ ୨୬ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଏହି ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଖବରପାଇ ସ୍ଥାନୀୟ ପୋଲିସ ପହଞ୍ଚି ଆନ୍ଦୋଳନ କାରୀଙ୍କୁ ସରକାର ସହାୟତା ମିଳିବା ନେଇ ପ୍ରତିଶ୍ରୁତି ଦେବା ପରେ ରାତ୍ରି ୭ଟା ୪୫ରେ ରାସ୍ତାରୋକୋ ହଟିଥିଲା। ମିଳିଥିବା ସୂଚନା ଅନୁସାରେ, ଦେଉଣ୍ଡି ରାମପଡ଼ାର ଈଶ୍ୱରୀ ଓ ସ୍ତ୍ରୀ ସଭ୍ୟା ରାଣୀ କୌଣସି କାର୍ଯ୍ୟ ପାଇଁ ଚାହାରବାହାଲକୁ ଯାଇ ଫେରିବା ସମୟରେ ପଖନାଗୁଡା ଛକ ନିକଟରେ ସାମ୍‌ନା ପଟୁ ଆସୁଥିବା ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଈଶ୍ୱରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ସଭ୍ୟାରାଣୀ ଗୁରୁତର ଥିବାରୁ ଜୁନାଗଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇଥିବା ଜଣେ ଯୁବକ ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri