ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ଜୀବନ ହାରିଲେ ସ୍ବାମୀ

ବିଜେପୁର,୨୩ା୮(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ କଳହର କରୁଣ ପରିଣତି ପାଇଁ କ୍ରଧାନ୍ବିତ ସ୍ବାମୀ ସ୍ତ୍ରୀ ଓ ଝିଅଙ୍କୁ ବିଷ ଦେବା ସହ ନିଜେ ମଧ୍ୟ ବିଷ ପିଇ ଜୀବନ ହାରିବା ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ସେମାନେ ହେଲେ ରଥ ମହାନନ୍ଦ (୪୫), କୁମୁଦିିନୀ ମହାନନ୍ଦ (୪୦), କବିତା ମହାନନ୍ଦ (୧୨)।
ପୋଲିସର ସୂଚନାନୁସାରେ, ନୂଆଁଖାଇ ପୂର୍ବଦିନ ରଥ ମହାନନ୍ଦଙ୍କର ପରିବାରରେ ଘରୋଇ କାରଣରୁ କଳହ ସୃଷ୍ଟି ହୋଇଥିଲା। ଫଳରେ ରଥ ମହାନନ୍ଦ ଉତ୍ତ୍ୟେକ୍ତ ହୋଇ ସ୍ତ୍ରୀ କୁମୁଦିନୀଙ୍କୁ ବିଷ ପିଆଇ ଦେଇଥିଲେ। ଝିଅ କବିତା  ବାରଣ କରିବାରୁ ତାଙ୍କୁ ମଧ୍ୟ ସେ ବିଷ ପିଆଇ ଦେଇଥିଲେ। ଆଖି ସାମ୍ନାରେ ଝିଅ ସହ ସ୍ତ୍ରୀ ବିଷକ୍ରିୟାରେ ଛଟପଟ ହେଉଥିବା ଦେଖି ରଥ ମାନସିକ ଭାରସାମ୍ୟ ହରାଇ ନିଜେ ବିଷ ପିଇ ଆତ୍ମହତ୍ୟା କରିଥିଲେ। ଏହି ଖବର ପାଇବା ପରେ ଆତ୍ମୀୟସ୍ବଜନ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବିଜେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ହେଲେ ଡାକ୍ତର ସେଠାରେ କବିତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଦମ୍ପତିଙ୍କୁ ଜିଲା ହସପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେମାନଙ୍କର ଅବସ୍ଥା ଉଦ୍‌ବେଗ ଜନକ ରହିଥିବାରୁ ଡାକ୍ତର ତୁରନ୍ତ ବୁର୍ଲା ପଠାଇଥିଲେ। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ବିଳମ୍ବିତ ରାତିରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଭାଇ ଦିଲ୍ଲୀପ ମହାନନ୍ଦଙ୍କର ଏତଲା ଆଧାରରେ ୧୭୪/୨୦ ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି। ମୃତଦେହଗୁଡ଼ିକୁ ଜବତ କରି ଅଧିକ ତଦନ୍ତ କରାଯାଉଥିବା ଆଇଆଇସି ରାଜେନ୍ଦ୍ର ସିଆଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri