ସ୍ବାମୀ ୧୩ ବର୍ଷ ହେଲା ଫେରାର

ବ୍ରହ୍ମପୁର ଅଫିସ,୧୯ ।୬: ଅତିରିକ୍ତ ଜିଲା ଜଜ(ଏଡିଜେ)-୧ ସଂଘମିତ୍ରା ଶର୍ମା ଏକ ଯୌତୁକ ଜନିତ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଶାଶୁ ଓ ଦିଅରଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଉମେଶ ସିଂ ସ୍ତ୍ରୀ ରଶ୍ମି ରେଖା ପଟ୍ଟନାୟକ ଓରଫ ସିଂ ଓ ତାଙ୍କ ପୁଅ ଅମିତ କୁମାର ପଟ୍ଟନାୟକ ଓରଫ ସିଂ। ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମୃତ ମହିଳା ପ୍ରୀତି ପୁନମ ମିଶ୍ରଙ୍କ ସ୍ବାମୀ ସୁମିତ ସିଂ ଏବେବି ଫେରାର ରହିଛନ୍ତିି। ପୋଲିସ ଘଟଣାର ୧୩ ବର୍ଷ ପରେ ମଧ୍ୟ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିପାରିନଥିବା ଜଣାପଡିଛି।
ପ୍ରକାଶ ଯେ, ବାରିପଦା ଅଞ୍ଚଳର ପ୍ରୀତି ପୁନମ ମିଶ୍ର ବ୍ରହ୍ମପୁରରେ ଏମ୍‌ବିଏ ପଢିବା ବେଳେ ସୁମିତ ସିଂଙ୍କ ସହ ତାଙ୍କର ପ୍ରେମ ବିବାହ ହୋଇଥଲା। ସୁମିତ ସ୍ତ୍ରୀଙ୍କୁ ନେଇ ନିଜ ବାପା ଉମେଶ ସିଂ, ମା ଓ ଭାଇଙ୍କ ସହ ନୂଆ ବସ୍‌ଷ୍ଟାଣ୍ଡ ରୋଡରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ୨୦୦୯ ସେପ୍ଟେମ୍ବର ୨୨ରେ ପ୍ରୀତିଙ୍କୁ ସ୍ବାମୀ ଓ ଶଶୁର ଘର ଲୋକ ଅଧିକ ଯୌତୁକ ଦାବିକରି ତଣ୍ଟି ଚିପି ହତ୍ୟା କରିଥିଲେ। ଏନେଇ ମୃତ ମହିଳାଙ୍କ ମଉସା ସୂର୍ଯ୍ୟ କାନ୍ତ ଶତପଥୀ ମହିଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୩୨/୦୯ ରେ ସୁମିତ ସିଂ, ତାଙ୍କ ମା ଓ ଭାଇଙ୍କ ନାମରେ ଏକ ମାମଲା ରୁଜୁ କରିଥିଲା। ଘଟଣା ପରେ ଅଭିଯୁକ୍ତମାନେ ଫେରାର ଥିବା ବେଳେ ରଶ୍ମିରେଖା ପଟ୍ଟନାୟକ ଓରଫ ସିଂ ଓ ତାଙ୍କ ପୁଅ ଅମିତ ହାଇକୋର୍ଟରୁ ଜାମିନ ପାଇଥିଲେ। ଏହି ମାମଲାର ବିଚାର ବେଳେ ଜାମିନରେ ଥିବା ଉପରୋକ୍ତ ମା’ ରଶ୍ମିରେଖା ଓ ଅମିତଙ୍କୁ ଏଡିଜେ କୋର୍ଟରେ ହାଜର କରାଯାଇଥିଲା। ୧୦ ଜଣ ସାକ୍ଷୀଙ୍କ ବୟାନ ଓ କୋର୍ଟରେ ପୋଲିସ ଦାଖଲ କରିଥିବା ଚାର୍ଜଶିଟକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳି ନ ଥିବାରୁ ଜଜ ଉଭୟ ରଶ୍ମିରେଖା ଓ ତାଙ୍କ ପୁଅ ଅମିତଙ୍କୁ ନିର୍ଦ୍ଦୋଷ ବୋଲି ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ଜ୍ଞାନେନ୍ଦ୍ର ନାଥ ଜେନା ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ସାୟଦ ଇକ୍‌ବାଲ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଳଦ୍ୱୀପରେ ଫସିଛନ୍ତି ଖଲ୍ଲିକୋଟର ୧୧ ଶ୍ରମିକ

ଛତ୍ରପୁର,୨୪ା୧୨ (ଦିଲୀପ ସାମଲ):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକର ୧୧ ଜଣ ଦାଦନ ଶ୍ରମିକ ପେଟ ପୋଷିବା ପାଇଁ ସୁଦୂର ମାଳଦ୍ୱୀପକୁ ଯାଇ ସେଠାରେ ଫସିି ରହିଛନ୍ତି।...

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri