ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟାକଲା ସ୍ବାମୀ

ପୁରୁଷୋତ୍ତମପୁର,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଧୋବାପଲ୍ଲୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଲୋଭୀ ସ୍ବାମୀ ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ମୃତ ମହିଳା ଜଣକ ହେଲେ ମାମା ସ୍ବାଇଁ।
ଖବର ପାଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ସହ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛନ୍ତି। ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ଆଇଆଇସି ଛୋଟରାୟ କହିଛନ୍ତି। ଏଥିନେଇ ଥାନାରେ ଏକ ମାମଲା(ନଂ. ୧୬।୨୩) ରୁଜୁ ହୋଇଛି।

ଆସିକା ଥାନା ଅଧୀନ ପାକଲାପଲ୍ଲୀ ଗ୍ରାମର ଧୋବା ପଲେଇଙ୍କ ଝିଅ ମାମା ଗତ ୩ ବର୍ଷ ତଳେ ଚିଙ୍ଗୁଡ଼ିଘାଇ ପଞ୍ଚାୟତ ଧୋବାପଲ୍ଲୀ ଗ୍ରାମର ରଞ୍ଜିତ ସ୍ବାଇଁଙ୍କୁ ବିବାହ କରିଥିଲେ। ବିବାହ ସମୟରେ ଦିଆଯାଇଥିବା ଯୌତୁକରେ ସନ୍ତୁଷ୍ଟ ନ ହୋଇ ରଞ୍ଜିତ ଅଧିକ ଯୌତୁକ ଦାବିକରି ନିର୍ଯାତନା ଦେଉଥିଲେ।

ଇତିମଧ୍ୟରେ ରଞ୍ଜିତ ସୁରଟ ଚାଲିଯାଇଥିବା ବେଳେ ଗତ ୪ଦିନ ତଳେ ସେଠାରୁ ଗ୍ରାମକୁ ଫେରି ପୁଣି ସ୍ତ୍ରୀଙ୍କୁ ନିର୍ଯାତନା ଦେଇଥିଲେ। ରବିବାର ରାତିରେ ପରିବାର ଲୋକେ ଶୋଇଥିବା ବେଳେ ରଞ୍ଜିତ ଓ ମାମା ଅନ୍ୟ ଏକ କୋଠରିରେ ଶୋଇଥିଲେ। ଏହି ସମୟରେ ରଞ୍ଜିତ ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କରିଥିଲେ। ସକାଳୁ ପରିବାର ଲୋକେ ଏହା ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri