ଆଜି ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ,୪୯ ଜଣଙ୍କ ପ୍ରେମିକ: ଖୋଲିବ କେଳେଙ୍କାରୀ ଗୁମର

ଭୁବନେଶ୍ୱର,୪।୮: ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲଙ୍କୁ ମଙ୍ଗଳବାର କମିସନରେଟ ପୋଲିସ ରିମାଣ୍ଡରେ ନେବେ। କମିସନରେଟ ପୋଲିସ ତାଙ୍କୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ନେଉଥିବା ଜଣାପଡ଼ିଛି। ପରେ ଠକ ପ୍ରେମିକର କେଳେଙ୍କାରୀର ଗୁମର ଖୋଲିବ ।
ସୂଚନାଯୋଗ୍ୟ, ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲ ଶନିବାର ବନ୍ଧାହୋଇଥିଲେ। ତାଙ୍କର ଆହୁରି ୪୯ ଜଣ ପ୍ରେମିକା ଥିଲେ। ଏହି ଘଟଣାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରେସମିଟ କରି ପର୍ଦ୍ଦାଫାସ କରିଥିଲେ। ସତ୍ୟଜିତ୍ଙ୍କ ଘର ଯାଜପୁର ବିଞ୍ଝାରପୁରରେ । ସତ୍ୟଜିତ ନିଜକୁ ଗୁଇନ୍ଦା ଇନ୍ସପେକ୍ଟର କହି ବାୟୋଡାଟାରେ ଦର୍ଶାଇ ମହିଳାଙ୍କୁ ଠକୁଥିଲେ। ଅନ୍ୟପକ୍ଷେ ମହିଳା ପୋଲିସଙ୍କ ଚାଟିଂ କରି ଦୁବାଇରୁ ଭୁବନେଶ୍ବର ଫେରିଥିଲେ। ତାଙ୍କର ଏହି ନିଷ୍ପତ୍ତି ତାଙ୍କୁ ଫସାଇଥିଲା। ବିଧବା ମହିଳା ଓ ଡିଭୋର୍ସିଙ୍କୁ ଟାର୍ଗେଟ କରି ଟଙ୍କା ଠକେଇ କରୁଥିଲେ। ମହିଳାଙ୍କୁ ଫସାଇ ବାହା ହେବା ପରେ ତାଙ୍କ ନାଁରେ ଲୋନ ନେଇ ମଉଜ କରୁଥିଲେ। ଧରାପଡ଼ିବା ପୂର୍ବରୁ ବିଦେଶ ଖସି ଯାଉଥିଲେ ବୋଲି କମିଶନର ସଞ୍ଜୀବ ପଣ୍ଡା କହିଥିଲେ। ସତ୍ୟଜିତ୍ଙ୍କ ଠାରୁ ୨ ଲକ୍ଷ ୧୦ ହଜାର ଟଙ୍କା, ୩ଟି କାର, ବୁଲେଟ ଜବତ ହୋଇଛି। ୩ ବ୍ୟାଙ୍କ ଆକାଉଣ୍ଟ ସିଜ, ବିବାହ ସମ୍ପର୍କିତ ଡକ୍ୟୁମେଣ୍ଟ ଜବତ ହୋଇଥିବା କମିଶନର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’...

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri