Posted inଜାତୀୟ

ମୁଁ ଜୟା ଅମିତାଭ ବଚ୍ଚନ, ଆପଣଙ୍କୁ ପଚାରୁଛି…ଏମପିଙ୍କ କଥା ଶୁଣି ଠୋ ଠୋ ହୋଇ ହସିଲେ ଧନଖର

ନୂଆଦିଲ୍ଲୀ,୨।୮:ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମପି ଜୟା ବଚ୍ଚନ ଶୁକ୍ରବାର ସଂସଦରେ ଯୋଗ ଦେଇଛନ୍ତି। ତେବେ ଶୁକ୍ରବାର ନିଜ ଅଭିଭାଷଣ ରଖିବା ସମୟରେ ସେ କହଛନ୍ତି, ମୁଁ ଜୟା ଅମିତାଭ ବଚ୍ଚନ, ଆପଣଙ୍କୁ ପଚାରୁଛି.. ଏତିକି କଥା ଶୁଣିବା ମାତ୍ରେ ରାଜ୍ୟ ସଭା ସଭାପତି ଜଗଦୀପ ଧନଖର ଠୋଠୋ ହୋଇ ହସିବା ଆରମ୍ଭ କରି ଦେଇଛନ୍ତି। ଧନକରଙ୍କ ହସିବାର କାରଣ ହେଉଛି ମଜାଦାର…

ନିକଟରେ ରାଜ୍ୟ ସଭାର ଉପସଭାତି ହରିବଂଶ ଏମପିକୁ ଜୟା ଅମିତାଭ ବଚ୍ଚନ ବୋଲି ଡାକିବାରୁ ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏମପି ଜୟା ବଚ୍ଚନ ସେ ସମୟରେ ରାଗିଯାଇଥିଲେ। ରାଗିଯାଇ ସେ କହିଥିଲେ, ମୋ ନାଁ ଜୟା ବଚ୍ଚନ। ଆପଣ ଏହି ନାମରେ ମଧ୍ୟ ଡାକି ପାରିବେ। ଯାହାକୁ ଶୁଣି ହରିବଂଶ କହିଥିଲେ, ଏଠାରେ ଆପଣଙ୍କ ନାମ ‘ଜୟା ଅମିତାଭ ବଚ୍ଚନ’ ଲେଖାଯାଇଛି। ସେଥିପାଇଁ ମୁଁ ଏହାକୁ ଉଲ୍ଲେଖ କରିଛି।’ ଯାହାପରେ ଜୟା ପ୍ରଶ୍ନ ଉଠାଇଥିଲେ କି, ସବୁ ସ୍ତ୍ରୀ କାହିଁକି ତାଙ୍କ ସ୍ବାମୀଙ୍କ ପରିଚୟରେ ପରିଚିତ ହେବେ। ସେମାନଙ୍କର ବି ସ୍ବାଭିମାନ ଅଛି।

ତେବେ ଏପରି ଘଟଣାର ପରିବର୍ତ୍ତିତ ରୂପ ଦେଖିବାକୁ ମିଳିଥିଲା ଶୁକ୍ରବାର ସଂସଦରେ। ଯେତେବେଳେ ଏମପି ‘ମୁଁ ଜୟା ଅମିତାଭ ବଚ୍ଚନ, ଆପଣଙ୍କୁ ପଚାରୁଛି..ବୋଲି କହିଥିଲେ। ଏହି ସମୟରେ ରାଜ୍ୟ ସଭା ସଭାପତି ଜଗଦୀପ ଧନଖର ଠୋଠୋ ହୋଇ ହସିଥିଲେ। ଠୋଠୋ ହୋଇ ହସିବା ପରେ ରାଜ୍ୟ ସଭାରେ ସଭାପତି ଜଗଦୀପ ଧନଖର କହିଥିଲେ, ‘ମୁଁ ଆପଣଙ୍କର ଓ ଅମିତାଭ ଉଭୟଙ୍କ ଫ୍ୟାନ।’ ଯାହାକୁ ଶୁଣି ଜୟା ହାତଯୋଡି ବିନମ୍ରତା ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri