ଭୁବନେଶ୍ୱର,୯।୩: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ନବୀନ କହିଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ସେ ଜନପ୍ରତିନିଧି ଭାବରେ ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରୁଛି ।
ବିଜେଡିର ଏହି ବରିଷ୍ଠ ନେତା ୨୦୦୪ରେ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ରୁ ୨୦୧୯,ଲଗାତର ୪ ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ଜିତିଥିଲେ । ୨୮ ଅଗଷ୍ଟ ୧୯୪୦ରେ ବୋଗରାଇ ବ୍ଲକର କୁରୁଠିଆରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ମତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା ।