Posted inଜାତୀୟ

ରାଜଭବନ ପୋଲିସ ସହ ମୁଁ ଅସୁରକ୍ଷିତ, ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ ରାଜ୍ୟପାଳ

କୋଲକାତା,୨୦।୬: ପଶ୍ଚିମବଙ୍ଗର ରାଜ୍ୟପାଳ ସି.ଭି. ବୋଷ ନିକଟରେ ରାଜଭବନ ପରିସର ଖାଲି କରିବାକୁ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେବାର କିଛି ଦିନ ପରେ ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ତେବେ ରାଜ୍ୟପାଳ ଭବନରେ ଏବେ ବି ପୋଲିସ ନିୟୋଜିତ ଥିବା ନେଇ ବୋଷ କହିଛନ୍ତି, ମୁଁ ଭାବୁଛି ଏବେ ରାଜଭବନରେ ନିଯୁକ୍ତ ପୋଲିସ ମୋର ବ୍ୟକ୍ତିଗତ ସୁରକ୍ଷା ପ୍ରତି ବିପଦ। ମୁଁ ରାଜଭବନରେ କୋଲକାତା ପୋଲିସ ସହ ନିଜକୁ ଅସୁରକ୍ଷିତ ମନେ କରୁଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସୂଚନା ଦେଇଥିଲି। କିନ୍ତୁ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟନୁଷ୍ଠାନ ନିଆଯାଇ ନାହିଁ।
ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି ଯେ, ବୋଷ ରାଜ୍ୟ ପୋଲିସ ବିରୋଧରେ କ୍ରମାଗତ ଗୁପ୍ତଚର କରୁଥିବା ଅଭିଯୋଗ ଆଣିଛନ୍ତି। ବାହାରର କିଛି ପ୍ରଭାବଶାଳୀ ଲୋକଙ୍କ ପ୍ରରୋଚନାରେ ସେମାନେ ଏଭଳି କାମ କରୁଥିବା ଅଭିଯୋଗ ହେଉଛି।
ସୂଚନାଯୋଗ୍ୟ, ନିକଟରେ ରାଜ୍ୟପାଳ ସିଭି ଆନନ୍ଦ ବୋଷ ରାଜ ଭବନରେ ନିୟୋଜିତ କୋଲକାତା ପୋଲିସ କର୍ମଚାରୀଙ୍କୁ ତୁରନ୍ତ ଘର ଖାଲି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବୋଷ ରାଜ ଭବନର ଉତ୍ତର ଫାଟକ ନିକଟରେ ଅବସ୍ଥିତ ପୋଲିସ ପୋଷ୍ଟକୁ ‘ଜନ ମଞ୍ଚ’ରେ ପରିଣତ କରିବାକୁ ଯୋଜନା କରୁଛନ୍ତି।
କିଛି ଦିନ ପୂର୍ବରୁ ପୋଲିସ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ରାଜ୍ୟରେ ନିର୍ବାଚନ ହିଂସାର ଶିକାର ହୋଇଥିବା ବ୍ୟକ୍ତିମାନେ ବୋଷଙ୍କୁ ଭେଟିବା ପାଇଁ ରାଜ ଭବନରେ ପ୍ରବେଶ କରିବା ବନ୍ଦ କରିଦେଇଥିଲେ ମଧ୍ୟ ରାଜ୍ୟପାଳ ଏହା ପାଇଁ ଲିଖିତ ଅନୁମତି ଦେଇଥିଲେ। ଏହା ପରେ ରାଜ୍ୟପାଳଙ୍କ ଏହି ଆଦେଶ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri