Posted inଜାତୀୟ

ମୋର ଭୁଲ ହୋଇ ଯାଇଛି…ନିଜର କେଉଁ ନିଷ୍ପତ୍ତିକୁ ନେଇ ସର୍ବସମ୍ମୁଖରେ ଅନୁତାପ କଲେ ଅଜିତ ପାଓ୍ବାର, କ୍ଷମା ମାଗି କହିଲେ…

ମୁମ୍ବାଇ,୧୩।୮: ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ଜନ ସମ୍ମାନ ଯାତ୍ରାରେ ସର୍ବସମ୍ମୁଖରେ ଭୁଲ୍‌ ମାଗିଛନ୍ତି। ସଭାରେ ସେ କହିଛନ୍ତି, ମୋର ଭୁଲ୍‌ ହୋଇଯାଇଛି। ମୋର ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ଭୁଲ ଥିଲା। ଡେପୁଟି ସିଏମ ଅଜିତ ପାୱାର ବର୍ତ୍ତମାନ ରାଜ୍ୟରେ ଜନ ସମ୍ମାନ ଯାତ୍ରା କରୁଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, ଲୋକ ସଭା ନିର୍ବାଚନରେ ସେ ଏକ ବଡ ଭୁଲ କରିଛନ୍ତି ଏବଂ ବର୍ତ୍ତମାନ ଏହାକୁ ନେଇ ଅନୁତାପ କରୁଛନ୍ତି। ଅଜିତ ପାୱାର କହିଛନ୍ତି ଯେ, ଲୋକ ସଭା ନିର୍ବାଚନରେ ସେ ତାଙ୍କ ସ୍ତ୍ରୀ ସୁନିତ୍ରା ପାଓ୍ବାରଙ୍କୁ ମଇଦାନରେ ଓହ୍ଲାଇ ବଡ଼ ଭୁଲ କରିଦେଇଛନ୍ତି। ଭଉଣୀ ସୁପ୍ରିୟା ସୁଲେଙ୍କ ବିପକ୍ଷରେ ତାଙ୍କୁ ଟିକେଟ୍‌ ଦେବା ବଡ଼ ଭୁଲ।

କହିରଖୁଛୁ କି, ଦେଶରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଅଜିତ ପାୱାରଙ୍କ ସ୍ତ୍ରୀ ସୁନିତ୍ରା ପାୱାର ବାରମତୀ ଆସନରୁ ସୁପ୍ରିୟା ସୁଲେଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଯେଉଁଥିରେ ସୁନିତ୍ରା ପାଓ୍ବାରଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଶରଦ ପାୱାରଙ୍କ ଦଳ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାରଙ୍କ ଝିଅ ତଥା ଏମପି ସୁପ୍ରିୟା ସୁଲେ ଗତ ତିନିଥର ସମାନ ଆସନରୁ ଏମପି ଅଛନ୍ତି। ତେବେ ସୁପ୍ରିୟା ସୁଲେଙ୍କ ଠାରୁ ହାରିବା ପରେ ସୁନେତ୍ରା ପରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି।

ଗତ ବର୍ଷ ଜୁଲାଇରେ ଅଜିତ ପାୱାର ଏବଂ ଶରଦ ପାୱାରଙ୍କ ମଧ୍ୟରେ ମତଭେଦ ହୋଇଥିଲା, ଯାହା ପରେ ଦଳ ଦୁଇଭାଗ ହୋଇ ଯାଇଥିଲା। ଅଜିତ ପାୱାର ତାଙ୍କ ବିଧାୟକଙ୍କ ସହ ଭାଜପା ମେଣ୍ଟରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri