ଟୁଇଟର୍‌କୁ ଫେରିବାକୁ ମୋର ଆଗ୍ରହ ନାହିଁ: ଟ୍ରମ୍ପ

ୱାଶିଂଟନ,୨୧।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋଶିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌କୁ ଫେରିଛନ୍ତି। ଟ୍ରମ୍ପଙ୍କ ଟୁଇଟର୍‌ ଆକାଉଣ୍ଟ ଆକ୍ଟିଭ୍‌ ହେବା ପରେ ତାଙ୍କ ଫଲୋଅର୍ସ ମଧ୍ୟ ଦ୍ରୁତ ଗତିରେ ବଢୁଛନ୍ତି। କିନ୍ତୁ ଏଥିରେ ଖୁସି ନାହାନ୍ତି ଟ୍ରମ୍ପ। ସେ କହିଛନ୍ତି, ଟୁଇଟର୍‌କୁ ଫେରିବାକୁ କୌଣସି ଆଗ୍ରହ ନାହିଁ। ଟୁଇଟର୍‌ରେ ଏବେ ଅନେକ ନକଲି ଆକାଉଣ୍ଟ ଖୋଲାଯାଉଛି। ମୁଁ ସମ୍ମୁଖୀନ ହୋଇଥିବା ସମସ୍ୟା ଅବିଶ୍ୱସନୀୟ। ତେଣୁ ଆଉ ଟୁଇଟର୍‌କୁ ଆସିବାକୁ ସେତେଟା ଆଗ୍ରାହ ନାହିଁ। ଟ୍ରମ୍ପ ମିଡିଆ ଆଣ୍ଡ ଟେକ୍ନୋଲୋଜି ଗ୍ରୁପ (ଟିଏମଟିଜି) ଷ୍ଟାର୍ଟଅପ ଦ୍ୱାରା ବିକଶିତ ହୋଇଥିବା ‘ଟ୍ରୁଥ ସୋସିଆଲ’ ଆପ ସହିତ ସେ ରହିବେ। ଟୁଇଟର୍‌ ତୁଳନାରେ ଆମର ପ୍ଲାଟଫର୍ମ ବହୁତ ଭଲ ଏବଂ ଅଦ୍ଭୁତପୂର୍ବ କାର୍ଯ୍ୟ କରୁଛି ବୋଲି ଟ୍ରମ୍ପ କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ଜାନୁଆରୀ ୬ରେ ଯୁକ୍ତରାଷ୍ଟ୍ର ଆମେରିକା କ୍ୟାପିଟଲ ଆକ୍ରମଣ ଘଟଣାରେ ସମ୍ପୃକ୍ତି ଯୋଗୁ ଟ୍ରମ୍ପଙ୍କ ଟୁଇଟର୍‌ ଆକାଉଣ୍ଟ ଡି-ଆକ୍ଟିଭ କରାଯାଇଥିଲା। ୨୦୨୦ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ବାତିଲ କରାଇବା ପାଇଁ ଟ୍ରମ୍ପ୍ଙ୍କ ସମର୍ଥକମାନେ କ୍ୟାପିଟଲ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

ମୋଦିଙ୍କ ଚାପର ପ୍ରଭାବ, ରୁଷିଆରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ନେଇ ବାଜିଲା ମୋହର

ମସ୍କୋ/ନୂଆଦିଲ୍ଲୀ,୭ା୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତୀୟ ନାଗରିକମାନେ ମଧ୍ୟ ଆଗ ଧାଡ଼ିରେ ଲଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ସଂଗ୍ରାମରେ ଏପର୍ଯ୍ୟନ୍ତ ଅନେକ...

ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ…

ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍‌ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍‌ଲାଇନର  ମହାକାଶଯାନ...

ସ୍କୁଲ ହଷ୍ଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୧୭ ଛାତ୍ର, ୧୩ ଗୁରୁତର

ନାଇରୋବି,୬।୯: କେନିଆର ଏକ ପ୍ରାଥମିକ ବୋର୍ଡିଂ ସ୍କୁଲରେ ଅଗ୍ନିକାଣ୍ଡରେ ୧୭ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ।...

ଆମେରିକାକୁ ଖୋଲା ଚେତାବନୀ ଦେଲା ରୁଷିଆ: ‘ରେଡ ଲାଇନ’ ଅତିକ୍ରମ କଲେ ପରିସ୍ଥିତି ହେବ ଭୟାବହ

ମସ୍କୋ,୬।୯: ରୁଷିଆର ବୈଦେଶିକ ମନ୍ତ୍ରୀ ସରୋଜ ଲାଭ୍ରୋଭ ୟୁକ୍ରେନ ଯୁଦ୍ଧ ମାମଲାରେ ‘ରେଡ ଲାଇନ’ ଅତିକ୍ରମ ନ କରିବାକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମସ୍କୋ...

ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ଜିତିଲେ ମସ୍କଙ୍କୁ କରିବେ ‘ଚିଫ୍‌’

ଓ୍ବାଶିଂଟନ,୬।୯: ଟେସଲା ସିଇଓ ଏଲୋନ ମସ୍କ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସର୍ବଦା ସମର୍ଥନ କରିଆସୁଛନ୍ତି। ଚଳିତ ବର୍ଷ ନଭେମ୍ବରରେ ହେବାକୁ ଥିବା ଆମେରିକୀୟ ରାଷ୍ଟ୍ରପତି...

ପାକିସ୍ତାନରେ କେତେ ଆତଙ୍କୀ ରହୁଛନ୍ତି ପାକ୍‌ ସେନା ନିଜେ କଲା ଖୁଲାସା, କହିଲା ପ୍ରତ୍ୟେକ କୋଣ ଅନୁକୋଣରେ…

ଇସଲାମାବାଦ,୬ା୯: ଭାରତରେ ଆତଙ୍କବାଦ ସୃଷ୍ଟି କରୁଥିବା ପାକିସ୍ତାନ ସବୁବେଳେ ଅସ୍ବୀକାର କରେ ଯେ, ଆତଙ୍କବାଦୀଙ୍କ ସହ ଏହାର କୌଣସି ସମ୍ପର୍କ ନାହିଁ। କିନ୍ତୁ ବର୍ତ୍ତମାନ ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri