ମୁଁ ସରପଞ୍ଚ ହେବାକୁ ଚାହୁଁଛି: କାହିଁକି ଏମିତି କହିଲେ ସିଦ୍ଧାନ୍ତ

ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଶପଥ ଗ୍ରହଣ କରିଛନ୍ତି। ଏପରିକି ନବ ନିର୍ବାଚିତ ବିଧାୟକ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ସିଦ୍ଧାନ୍ତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ମୁଁ ବିଧାୟକ ଅଛି କିନ୍ତୁ ଥରୁଟେ ସରପଞ୍ଚ ହୋଇ ଅନୁଭୂତି ନେବାକୁ ଚାହୁଥିବା ପ୍ରକାଶ କରିଛନ୍ତି।

ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ଚଳିତ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ସେ ସାଇକେଲରେ ବିଧାନସଭା ଆସି ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ସଚେତନତା ବାର୍ତ୍ତା ଦେଇଛନ୍ତି। କେବଳ ଏତିକି ନୁହେଁ, ସମସ୍ତ ନେତା, ମନ୍ତ୍ରୀ ଓ ସାଧାରଣ ଜନତାଙ୍କୁ ମଧ୍ୟ ସାଇକେଲ ବ୍ୟବହାର ପାଇଁ ଅପିଲ କରିଛନ୍ତି।

Share