Posted inଜାତୀୟ

ମୁଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି: ଅଜିତ ପାଓ୍ବାର…

ମୁମ୍ବାଇ,୫।୭ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ମହାରାଷ୍ଟ୍ର ସରକାରରେ ଯୋଗଦେବା ପରେ ଶେଷରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ତାଙ୍କର ରାଜନୈତିକ ଅଭିଳାଷ ପ୍ରକାଶ କରିଛନ୍ତି। ଅଜିତ ପାୱାର କହିଛନ୍ତି ସେ ମହାରାଷ୍ଟ୍ରର ସିଏମ ହେବାକୁ ଚାହୁଁଛନ୍ତି ଯାହା ଦ୍ୱାରା ସେ ଲୋକଙ୍କ କଲ୍ୟାଣ ପାଇଁ କରିଥିବା ଯୋଜନାଗୁଡିକୁ କାର୍ଯ୍ୟକାରୀ କରିପାରିବେ। ଏହି ସମୟରେ ଅଜିତ ପାୱାର ତାଙ୍କ ଚାଚା ଶରଦ ପାୱାରଙ୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ। ଅଜିତ ପାୱାର କହିଛନ୍ତି ଶରଦ ପାୱାର ଆମ ପାଇଁ ଜଣେ ଭଗବାନ, ଆମେ ତାଙ୍କ ଆଶୀର୍ବାଦ ଖୋଜୁଛୁ।

ମହାରାଷ୍ଟ୍ରରେ ଏନଡିଏ ସରକାରର ଏକ ଅଂଶ ହୋଇଥିବା ଅଜିତ ପାୱାର ୨୦୧୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଜୟର ଶ୍ରେୟ ଦେଇଛନ୍ତି। ଅଜିତ ପାୱାର କହିଛନ୍ତି କେବଳ ନରେନ୍ଦ୍ର ମୋଦିଙ୍କ କାରଣରୁ ଭାଜପା ୨୦୧୪ ରେ କ୍ଷମତାକୁ ଆସିଥିଲା।

ଅଜିତ ପାୱାର ଉପାନ୍ତ ସହର ବାନ୍ଦ୍ରା ଠାରେ ତାଙ୍କ ଦଳ ଦ୍ୱାରା ଡକାଯାଇଥିବା ଏକ ସଭାରେ ଏହି କଥା କହିଛନ୍ତି। ୨୦୦୪ ବିଧାନସଭା ନିର୍ବାଚନରେ ଏନସିପିର କଂଗ୍ରେସ ଅପେକ୍ଷା ଅଧିକ ବିଧାୟକ ଥିଲେ, ଯଦି ଆମେ ସେହି ସମୟରେ କଂଗ୍ରେସକୁ ମୁଖ୍ୟମନ୍ତ୍ରୀ ପଦ ଦେଇ ନ ଥାନ୍ତୁ, ତେବେଆଜି ପର୍ଯ୍ୟନ୍ତ କେବଳ ଏନସିପି ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ହୋଇଥାନ୍ତା। ଅଜିତ ପାୱାର ଦଳର ନେତା ଛଗନ ଭୁଜବଲ ଦାବି କରିଛନ୍ତି ତାଙ୍କର ୪୦ରୁ ଅଧିକ ବିଧାୟକଙ୍କ ସମର୍ଥନ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri