Posted inUncategorized

ମୁଁ ବି ବହୁତ ନିରାଶ ଥିଲି…କାହିଁକି ଏମିତି କହିଲେ ଶୁବମନ ଗିଲ୍‌

ରାଞ୍ଚି,୨୨।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ଏହି ସିରିଜରେ ତିନୋଟି ମ୍ୟାଚ ଖେଳାଯାଇଛି। ଏଥିରେ ଭାରତ ୨ଟି ମ୍ୟାଚ ଜିତି ସିରିଜରେ ୨-୧ ଅଗ୍ରଣୀ ହାସଲ କରିଛି। ଦୁଇ ଦଳ ମଧ୍ୟରେ ଚତୁର୍ଥ ମ୍ୟାଚ ୨୩ ଫେବୃଆରୀରୁ ରାଞ୍ଚିରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଭାରତର ଯୁବ ପ୍ରତିଭାବାନ ବ୍ୟାଟ୍ସମ୍ୟାନ ଶୁବମନ ଗିଲ ନିଜର ଖରାପ ଫର୍ମରୁ ଫେରିବା ପରେ ନିଜ ମନ କଥା କହିଛନ୍ତି।
ବିଶାଖାପାଟନମରେ ଦ୍ୱିତୀୟ ଟେଷ୍ଟରେ ଚମତ୍କାର ଶତକ ହାସଲ କରି ଫର୍ମକୁ ଫେରିଥିବା ଶୁବମନ ଗିଲ ରାଞ୍ଚି ମ୍ୟାଚ ପୂର୍ବରୁ ମ୍ୟାଚ ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ମୁଁ ଆଶା ପୂରଣ ନ କରିବା ଟିକେ କଷ୍ଟସାଧ୍ୟ ଥିଲା। ଯେତେବେଳେ ବାହାରେ ବସିଥିବା ଲୋକମାନେ ଏହି ବିଷୟରେ କଥାବାର୍ତ୍ତା କରନ୍ତି, ଏହାର ମୋ ଉପରେ କୌଣସି ପ୍ରଭାବ ପଡ଼େ ନାହିଁ କିନ୍ତୁ ମୁଁ ଟିକିଏ ନିରାଶ ହୋଇଥିଲି କାରଣ ମୁଁ ନିଜଠାରୁ ଯାହା ଆଶା କରିଥିଲି ତାହା ପୂରଣ କରିପାରି ନ ଥିଲି। କିନ୍ତୁ ମୁଁ ଭାବୁନାହିଁ ଏହା ମୋର ମାନସିକତାକୁ ବଦଳାଇ ଦେଇଛି। ମୋର ତଥାପି ନିଜ ପାଇଁ ଭରସା ଅଛି। ଅତୀତକୁ ଭୁଲିଯିବା ଏବଂ ପରବର୍ତ୍ତୀ ଆହ୍ବାନ ପାଇଁ ମୁଁ ପ୍ରସ୍ତୁତ।
ବିଶାଖାପାଟନମ ଟେଷ୍ଟର ଦ୍ୱିତୀୟ ଇନିଂସ ପୂର୍ବରୁ ଶୁବମନ ଗିଲ ଟେଷ୍ଟରେ ଖରାପ ଫର୍ମ ସହ ସଂଘର୍ଷ କରୁଥିଲେ। ଏହି ଟେଷ୍ଟ ପୂର୍ବରୁ ସେ ଗତ ୧୧ ଟେଷ୍ଟ ଇନିଂସରେ ମଧ୍ୟ ଅର୍ଦ୍ଧଶତକ ହାସଲ କରିପାରି ନ ଥିଲେ। ଏଭଳି ପରିସ୍ଥିତିରେ ଅନେକ କ୍ରିକେଟ କିମ୍ବଦନ୍ତୀ ଏବଂ ପ୍ରଶଂସକମାନେ ଦଳରେ ତାଙ୍କ ସ୍ଥାନ ବିଷୟରେ ପ୍ରଶ୍ନ ଉଠାଉଥିଲେ। ତେବେ ଗିଲ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ ଏବଂ ବ୍ୟାଟ ସହିତ ତାଙ୍କ ସମାଲୋଚକମାନଙ୍କୁ ଉପଯୁକ୍ତ ଜବାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image