ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା କହିଛନ୍ତି।