ବିରକ୍ତ କଲେ ରାଗି ପକାଇ ଦେବି ଆଣବିକ ବୋମା: ଧମକ ଦେଲେ କିମ…

ପ୍ୟୋଙ୍ଗୟାଙ୍ଗ,୨୧।୧୨ : ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ କହିଛନ୍ତି ମତେ ବେଶି ବିରକ୍ତ କରନ୍ତି। ମୁଁ ରାଗିଗଲେ ଆଣବିକ ବୋମା ପକାଇ ଦେବି। କିମ୍‌ଙ୍କ ଏଭଳି ମନ୍ତବ୍ୟ ସମଗ୍ର ବିଶ୍ୱକୁ ଚକିତ କରିଛି। ଗୁରୁବାର ଏକ ଗଣମାଧ୍ୟମ ରିପୋର୍ଟରେ ଏହି ସୂଚନା ସାମ୍ନାକୁ ଆସିଛି। ଉତ୍ତର କୋରିଆର ନେତା କହିଛନ୍ତି ଯଦି କୌଣସି ଶତ୍ରୁ ପରମାଣୁ ଅସ୍ତ୍ରରେ ବ୍ୟବହାର କରିବାକୁ ଚେତାବନୀ ଦିଅନ୍ତି ତେବେ ଉତ୍ତର କୋରିଆ ଆଣବିକ ଆକ୍ରମଣ କରିବାକୁ ଦ୍ୱିଧା କରିବ ନାହିଁ।

ନିକଟରେ ଏକ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣକୁ ନେଇ କିମ ସୈନ୍ୟଙ୍କୁ ଭେଟି ବୈଠକରେ ଏହା କହିଛନ୍ତି।

କ୍ଷେପଣାସ୍ତ୍ର ଉତକ୍ଷେପଣରେ ଉତ୍ତର କୋରିଆ କଠିନ ଇନ୍ଧନ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ) ବ୍ୟବହାର କରିଛି। ଏହାର ଲଞ୍ଚକୁ ନେଇ ଜାପାନ ଉଦବେଗ ପ୍ରକାଶ କରିଥିଲା।

କୁହାଯାଉଛି ଆମେରିକା ଏବଂ ଦକ୍ଷିଣ କୋରିଆ ଏକତ୍ର ଆଣବିକ ଯୋଜନା ପ୍ରସ୍ତୁତ କରୁଥିବା ଦୃଷ୍ଟିରୁ ଉତ୍ତର କୋରିଆ ଏହି ଲଞ୍ଚ ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରୁଛି। ନିକଟରେ ଆମେରିକା ଏବଂ ଦକ୍ଷିଣ କୋରିଆର ସୈନିକମାନେ ମିଳିତ ସମରାଭ୍ୟାସରେ ଭାଗ ନେଇଥିଲେ।

ଆମେରିକା, ଦକ୍ଷିଣ କୋରିଆ ଏବଂ ଜାପାନର ବରିଷ୍ଠ କୂଟନୀତିଜ୍ଞମାନେ ଉତ୍ତର କୋରିଆର ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣକୁ ନିନ୍ଦା କରିଛନ୍ତି ଏବଂ ଉତ୍ତର କୋରିଆକୁ ବିନା ସର୍ତ୍ତରେ ଆଲୋଚନା କରିବାକୁ ଅନୁରୋଧ କରିଛନ୍ତି।

ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି ମୁକାବିଲା ଲାଗି ଆମେରିକା, ଜାପାନ ଏବଂ ଦକ୍ଷିଣ କୋରିଆ ଏକତ୍ରିତ ହୋଇ ଠିଆ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri