Posted inଜାତୀୟ

ମୁଁ ଭାଜପା ସହ କେବେ ଯିବି ନାହିଁ: ଶରଦ ପାଓ୍ବାର

ପୁଣେ,୧୩।୮: ମହାରାଷ୍ଟ୍ରର ସାଙ୍ଗୋଲାରେ ଜାତୀୟତାବାଦୀ କଂଗ୍ରେସ ଦଳର ପ୍ରତିଷ୍ଠାତା ଶରଦ ପାୱାର ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସହ ଆୟୋଜିତ ଗୁପ୍ତ ବୈଠକ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, କିଛି ଶୁଭଚିନ୍ତକ ମୋତେ ବୁଝାଇବା ପାଇଁ ଚେଷ୍ଟା କରୁଛନ୍ତି, କିନ୍ତୁ ମୁଁ କେବେବି ଭାଜପା ସହିତ ଯିବି ନାହିଁ। ଅଜିତ ପାୱାରଙ୍କ ସହ ମୋର ସାକ୍ଷାତ ଲୁଚାଛପା ନୁହେଁ। ସେ ମୋର ପୁତୁରା ଏବଂ ମୁଁ ପରିବାରର ବରିଷ୍ଠ ସଦସ୍ୟ।
ଏହାପୂର୍ବରୁ ପୁଣେରେ ଶରଦ ପାୱାର ଏବଂ ଏନସିପିର ବିଦ୍ରୋହୀ ଦଳର ନେତା ଅଜିତ ପାୱାରଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ମହାରାଷ୍ଟ୍ରରେ ରାଜନୀତି ସରଗରମ ହୋଇଥିଲା। ଏନେଇ ଏନସିପି ରାଜ୍ୟ ୟୁନିଟ ସଭାପତି ଜୟନ୍ତ ପାଟିଲ କହିଛନ୍ତି,ଦଳର ପ୍ରତିଷ୍ଠାତା ଏବଂ ପୁତୁରାଙ୍କ ମଧ୍ୟରେ କ’ଣ ଘଟିଛି ସେ ଜାଣି ନାହାଁନ୍ତି ଏବଂ ଏହା ଗୁପ୍ତ ବୈଠକ ନୁହେଁ। ଶରଦ ପାୱାରଙ୍କ ନାତି ତଥା ଏନସିପି ବିଧାୟକ ରୋହିତ ପାୱାର ମଧ୍ୟ କହିଛନ୍ତି,ସେ ମଧ୍ୟ ଏଭଳି କୌଣସି ବୈଠକ ବିଷୟରେ ଅବଗତ ନୁହଁନ୍ତି, କିନ୍ତୁ ବୈଠକ ହୋଇଥିଲେ ମଧ୍ୟ ପରିବାର ମଧ୍ୟରେ ଯୋଗାଯୋଗ ବଜାୟ ରଖିବାରେ କିଛି ଭୁଲ ନାହିଁ।
ସୂଚନାନୁସାରେ, ଶନିବାର ପୁଣେରେ ଜଣେ ବ୍ୟବସାୟୀଙ୍କ ବାସଭବନରେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କୁ ଭେଟିଥିଲେ। ଏହାପୂର୍ବରୁ ଗତ ମାସରେ ମହାରାଷ୍ଟ୍ରରେ ଅଜିତ ପାୱାର ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ କରିଥିଲେ। ସେ ଶିବସେନା-ଭାଜପା ସରକାରରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଅଜିତ ପାୱାରଙ୍କ ସହ ତାଙ୍କୁ ସମର୍ଥନ କରୁଥିବା ଆଠ ଜଣ ଏନସିପି ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri