Posted inଜାତୀୟ

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ ବୋଲି ନିବେଦନ କରିଥିଲେ। ଏହାକୁ ନେଇ ଭାବବିହ୍ବଳ ହୋଇଛନ୍ତି ରାହୁଲ ଗାନ୍ଧୀ। ସେ ମା’ଙ୍କ ଉକ୍ତ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରି ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି ବୋଲି କହିଛନ୍ତି।

‘ଏକ୍ସ’ରେ ପୋଷ୍ଟ କରି ରାହୁଲ କହିଛନ୍ତି, ଏହି ମୂହୁର୍ତ୍ତ ମୋ’ ପାଇଁ ବହୁତ ଭାବୁକ ଥିଲା। ମା’ ରାଏବରେଲିର ୧୦୦ ବର୍ଷ ସେବାର ପରମ୍ପରାର ଧ୍ୱଜ ଆଜି ମୋତେ ବିଶ୍ୱାସର ସହ ସମର୍ପି ଦେଇଛନ୍ତି। ମୁଁ ଗର୍ବର ସହ ଏହି ଦାୟିତ୍ୱକୁ ସ୍ବୀକାର କରୁଛି। ମା’ କହିଥିବା ଗୋଟିଏ ଗୋଟିଏ ଶବ୍ଦକୁ ଅକ୍ଷରେ ଅକ୍ଷରେ ପାଳନ କରିବି।

ପ୍ରକାଶ ଯେ, ରାଏବରେଲିବାସୀ ତାଙ୍କୁ ୨୦ ବର୍ଷ ପାଇଁ ସେବା କରିବାର ସୁଯୋଗ ଦେଇଥିବାରୁ ସୋନିଆ ସେମାନଙ୍କୁ ଧନ୍ୟବାଦ ଜଣାଇବା ସହ ଆବେଗଭରା ନିବେଦନ କରିଥିଲେ। ଇନ୍ଦିରା ଗାନ୍ଧୀ ଏବଂ ରାଏବରେଲି ଜନସାଧାରଣଙ୍କଠାରୁ ଯେଉଁ ଶିକ୍ଷା ପାଇଛି, ତାହା ମୁଁ ରାହୁଲ ଓ ପ୍ରିୟଙ୍କାଙ୍କୁ ଶିଖାଇଛି। ରାହୁଲ ଆପଣମାନଙ୍କୁ ଦୁଃଖୀ କରିବ ନାହିଁ ବୋଲି ସେ କହିଥିଲେ। ଏହି ସମୟରେ ସଭା ମଞ୍ଚରେ ସୋନିଆଙ୍କ ସହ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri