ଭାଜପାରେ ଯୋଗଦେଲେ ଆଇଏଏସ ଟପର୍‌

ଭୁବନେଶ୍ୱର,୩।୩: ପଦ୍ମ ଧରିଛନ୍ତି ଆଇଏଏସ ଟପର୍‌। ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ଆଇଏଏସ ଟପର୍‌ ତଥା ବିଶିଷ୍ଟ ସାହିତି୍ୟକ ଡ. ହୃଷୀକେଶ ପଣ୍ଡା ଆନୁଷ୍ଠାନିକଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାଳିଦାସପୁର ଗାଁର ଅଧିବାସୀ ଡ.ପଣ୍ଡା ୧୯୭୯ବ୍ୟାଚର ଆଇଏଏସ ଟପର୍‌ ଥିଲେ। ଭାରତୀୟ ପ୍ରଶାସନିକ ସେବାରେ ଡ.ପଣ୍ଡା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ସଫଳତାର ସହ କାର୍ଯ୍ୟ କରିଆସିଛନ୍ତି। ଏବଂ ୨୦୧୫ରେ ଭାରତ ସରକାରଙ୍କ ଆଦିବାସୀ ମନ୍ତ୍ରଣାଳୟର ସଚିବଭାବେ ଅବସର ଗ୍ରହଣ କରିଛନ୍ତି।

ପୂର୍ବରୁ କେନ୍ଦ୍ର ସରକାରଙ୍କ ପଞ୍ଚାୟତିରାଜ ସଚିବ ଭାବେ କାର୍ଯ୍ୟ କରିଥିବା ହୃଷୀକେଶ କେନ୍ଦ୍ରକୁ ଯିବା ପୂର୍ବରୁ ରାଜ୍ୟ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀ ଯଥା, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ, ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ, କେନ୍ଦ୍ରାଞ୍ଚଳ ଓ ଉତ୍ତରାଞ୍ଚଳ ଆୟୁକ୍ତ, ଶିଳ୍ପ ଉନ୍ନୟନ ବିଭାଗ ତଥା ଓମଫେଡର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକଭାବେ କାର୍ଯ୍ୟ କରି ଆସିଥିଲେ।

ସେହିପରି ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାରସଲ ଦିଲ୍ଲୀପ କୁମାର ପଟ୍ଟନାୟକ ଓ ରାଜ୍ୟ ସଭାର ପୂର୍ବତନ ଯୁଗ୍ମ ସଚିବ ଚୌଧୁରୀ ରମାକାନ୍ତ ଦାସ ମଧ୍ୟ ଭାଜପାରେ ଯୋଗ ଦେଇଛନ୍ତି।

ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନୂତନ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ସହିତ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri