ଟିପିସିଓଡିଏଲ୍‌କୁ ଆଇସିଏସ୍‌ଆଇ ସିଏସ୍‌ଆର୍‌ ଏକ୍ସଲେନ୍ସ ଆୱାର୍ଡ

ଭୁବନେଶ୍ୱର, ୮।୧ (ଅଭୟ ଦାଶ): ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ‘ଆଇସିଏସ୍‌ଆଇ ସିଏସ୍‌ଆର୍‌ ଏକ୍ସଲେନ୍ସ ଆୱାର୍ଡ’ ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ପରିଚାଳିତ ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ (ଆଇସିଏସ୍‌ଇ) ପକ୍ଷରୁ କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ପ୍ରତି ଉଲ୍ଲେଖନୀୟ ଯୋଗଦାନ ପାଇଁ ଟିପିସିଓଡିଏଲ୍‌କୁ ଉପରୋକ୍ତ ସମ୍ମାନ ଦିଆଯାଇଛି। ନୂଆଦିଲ୍ଲୀର ତାଜ୍‌ ପ୍ୟାଲେସ୍‌ଠାରେ ଆୟୋଜିତ ଆଇସିଏସ୍‌ଆଇ ସିଏସ୍‌ଆର୍‌ ଏକ୍ସଲେନ୍ସ ଆୱାର୍ଡସର ୮ମ ସଂସ୍କରଣରେ ଟିପିସିଓଡିଏଲ୍‌କୁ ‘ଆଇସିଏସ୍‌ଆଇ ସିଏସ୍‌ଆର୍‌ ଏକ୍ସଲେନ୍ସ ଆୱାର୍ଡ’ (ଶ୍ରେଷ୍ଠ କର୍ପୋରେଟ୍‌-କ୍ଷୁଦ୍ର ଓ ଉଦୀୟମାନ ବର୍ଗ-୨୦୨୩)ରେ ପୁରସ୍କୃତ କରାଯାଇଛି। ଉକ୍ତ ସମ୍ମାନ ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଲୋକ ସଭାର ବାଚସ୍ପତି ଓମ୍‌ ବିର୍ଲା ଟିପିସିଓଡିଏଲ୍‌କୁ ଉକ୍ତ ସମ୍ମାନ ପ୍ରଦାନ କରିଥିଲେ। ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂ କହିଛନ୍ତି, ସିଏସଆର କ୍ଷେତ୍ର ଲାଗି ଆମକୁ ଏଭଳି ଏକ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସମାଜରେ ଏକ ସକାରାତ୍ମକ ପ୍ରଭାବ ସୃଷ୍ଟି କରିବା ପାଇଁ ଆମର ଉଦ୍ୟମକୁ ଜାରି ରଖିବାରେ ଏହା ଆମକୁ ଅନୁପ୍ରାଣିତ କରିବ। ବିଶେଷକରି ‘ଶ୍ରେଷ୍ଠ କର୍ପୋରେଟ୍‌, କ୍ଷୁଦ୍ର ଓ ମଧ୍ୟମ ବର୍ଗ-୨୦୨୩’ ପୁରସ୍କାର ହେଉଛି, ସମଗ୍ର ଟିପିସିଓଡିଏଲ୍‌ ଟିମ୍‌ର ସମର୍ପଣ ଓ କଠିନ ପରିଶ୍ରମର ପ୍ରମାଣ। ଆଇସିଏସ୍‌ଆଇର ମାନ୍ୟତାପ୍ରାପ୍ତ (ସାର୍ଟିଫାଏଡ୍‌) ଅଡିଟରମାନଙ୍କ ଦ୍ୱାରା କ୍ଷେତ୍ର ଅନୁଧ୍ୟାନ କରାଯିବା ପରେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍‌ ତିରଥ ସିଂହ ଠାକୁରଙ୍କ ନେତୃତ୍ୱାଧୀନ ଏକ ବିଚାରକ ମଣ୍ଡଳୀ ତାହାକୁ ମାନ୍ୟତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri