ବନ୍ଧୁଙ୍କୁ ସହାୟତା କରି ବନ୍ଧାହେଲେ : କନିଷ୍ଠଯନ୍ତ୍ରୀଙ୍କ ନିକଟରୁ ମିଳିଲା ଜୀବନ୍ତ ଗୁଳି

ଦାମନଯୋଡି,୨୮ା୭(ନରସିଂହ ବ୍ରହ୍ମା): ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ସୁନାବେଡ଼ା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ବିଦ୍ୟୁତ୍‌ ବିଭାଗ ଟାଟାପାଓ୍ବାରର କନିଷ୍ଠଯନ୍ତ୍ରୀ ସରୋଜ କୁମାର ବେହେରା(୪୩) ଅଛନ୍ତି। ତାଙ୍କ ଘର ଦାମନଯୋଡି ନିକଟସ୍ଥ ଭେଜାପୁଟ ଅଞ୍ଚଳର ଶାନ୍ତି ନଗରରେ। ଗିରଫ ଅନ୍ୟ ଜଣେ ହେଉଛନ୍ତି ସଞ୍ଜୟ ପ୍ରଧାନ(୪୩)। ଉଭୟଙ୍କୁ ୧୩୮ଆଇପିସି ଧାରା ୨୫(୧-ଖ) (କ) ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ଗିରଫ ପରେ ପୋଲିସ କୋର୍ଟଚାଲାଣ କରିଛି। ଖବରରୁ ଜଣାପଡିଛି, ସଞ୍ଜୟଙ୍କ ତାଙ୍କ ବାପାଙ୍କ ସହ ପାରିବାରିକ କୌଣସି ବିଷୟକୁ ନେଇ ନିକଟରେ କଳହ ହୋଇଥିଲା। ବାପାଙ୍କୁ ଭୟଭୀତ କରାଇବା ପାଇଁ ସଞ୍ଜୟ ବାପାଙ୍କୁ ବନ୍ଧୁକ ଦେଖାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ସୁନାବେଡ଼ା ପୋଲିସ ସଞ୍ଜୟଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା। ତେବେ ବନ୍ଧୁକ ସମ୍ପର୍କରେ ତାଙ୍କୁ ପଚରାଯିବାରୁ ସେ ଟାଟାପାଓ୍ବାରର କନିଷ୍ଠଯନ୍ତ୍ରୀ ସରୋଜଙ୍କ ନାଁ ନେଇଥିଲେ। ପୋଲିସ ଏହାର ତଦନ୍ତ କରି ସରୋଜଙ୍କଠାରୁ ଜୀବନ୍ତ ଗୁଳି ଜବତ କରିଥିଲା। ତାଙ୍କୁ ଗିରଫ କରି ଆଣି ପଚରାଉଚରା ପରେ କୋର୍ଟଚାଲାଣ କରାଯାଇଥିଲା ବୋଲି ସୁନାବେଡା ଥାନା ଅଧିକାରୀ ଉଲ୍ଲାସ ଚନ୍ଦ୍ର ରାଉତ କହିଛନ୍ତି। ତେବେ ସଞ୍ଜୟ ତାଙ୍କ ବାପାଙ୍କୁ ବନ୍ଧୁକ ଦେଖାଉଥିବା ବେଳେ ସେଥିରେ ଗୁଳି ନ ଥିଲା। ଏହି ଗୁଳି ସରୋଜଙ୍କ ନିକଟରେ ଥିଲା। ବନ୍ଧୁତା ଦୃଷ୍ଟିରୁ ସଞ୍ଜୟଙ୍କୁ ସାହଯ୍ୟ କରି ସରୋଜ ଜେଲ ଗଲେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଦାମନଯୋଡିର ଭେଜାପୁଟ ଅଞ୍ଚଳ ସୁନାବେଡା ଥାନା ଅଧୀନରେ ଯାଉଥିବାରୁ ଏହି ମାମଲା ସୁନାବେଡା ଥାନାରେ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri