Advertisement

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘୋଷଣା କରିଛନ୍ତି।

ଏଥିସହିତ ଧାନର ସର୍ବନିମ୍ନ ଦର ୩୧ ଟଙ୍କା, ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ ଦିଆଯିବ, କେନ୍ଦୁପତ୍ରର ମୂଲ୍ୟ ବୃଦ୍ଧି କରାଯାଇ ବିଡା ପ୍ରତି ୨ଟଙ୍କା ମୂଲ୍ୟ ଧାର୍ଯ୍ୟ କରାଯିବା ଭଳି ଘୋଷଣା କରିଛନ୍ତି। ସେହିଭଳି ତୋଳାଳୀ ଓ ବନ୍ଦାଳୀ ମାନଙ୍କୁ ଅଧିକ ବନୋସ ଦିଆଯିବ । ରାଜ୍ୟର ସବୁ ଗରିବଙ୍କୁ ଘର ଦିଆଯିବ । ସୋଲାର ଏନର୍ଜୀ ମଧ୍ୟ ଯୋଗାଇ ଦିଆଯିବ । ରାଜ୍ୟରେ ଦେଶୀ ମଦକୁ ସମ୍ପୂର୍ଣ୍ଣ ଭାବେ ନିଶିଦ୍ଧ କରାଯିବ ।

ଓଡିଶାରେ ଦୁଇଦିନ ତଳେ ପ୍ରଧାନମନ୍ତ୍ରୀ ମୋଦୀ ଦେଇଥିବା ଗ୍ୟାରେଣ୍ଟିକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ ବୋଲି ଆଜି ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

 

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share