Posted inରାଜ୍ୟ

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ (ଅମ୍ଳାନ୍) କାର୍ଯ୍ୟକ୍ରମରେ ରାଜ୍ୟକୁ ଆନେମିଆ ମୁକ୍ତ କରିବା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ସ୍କୁଲ ଖୋଲିବା ପୂର୍ବରୁ ଆଇଏସ୍ଏ ଟାବଲେଟ୍ ବାଣ୍ଟିବାକୁ ଲକ୍ଷ୍ୟ ରଖାଯାଇଛି।

ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଏହି ବଟିକା ବଣ୍ଟନ କରା‌ଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ହୋଇଛି। ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟମାନଙ୍କରେ ଏହାକୁ କୁ ବଣ୍ଟନ ଣ୍ଟନ କରା‌ଯିବ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ପ ପାଇଁ ଆଇଏଫ୍ (ଗୋଲାପୀ) ବଟିକା, ଷଷ୍ଠରୁ ଦ୍ବାଦଶ ଶ୍ରେଣୀ ପିଲାଙ୍କ ପାଇଁ ଆଇଏଫ୍ଏ (ନୀଳ) ବଟିକା ଦିଆଯିବ।

ଅଭିଭାବକଙ୍କ ଉପସ୍ଥିତିରେ ଏକ୍ସପାରୀ ତାରିଖ ତଦାରଖ କରି ପ୍ରଦାନ କରା‌ଯିବ। ବଟିକା ଦେବା ପୂର୍ବରୁ କାର୍ଯ୍ୟକାରିତା ସଂପର୍କରେ ଅଭିଭାବକଙ୍କୁ ଅବଗତ କରାଯିବ। ଖରାଛୁଟିର ପ୍ରତି ସପ୍ତାହର ସୋମବାର ଏହା ଦିଆଯିବ। ପିଲାମାନେ ଖରାବେଳ ଖାଦ୍ୟ କିମ୍ବା ରାତି ଖାଦ୍ୟ ଖାଇବା ପରେ ବଟିକା ଖାଇବେ । ଦରକାର ପଡ଼ିଲେ ଆଇଏଏ ବଟିକା ବିତରଣର ତଦାରଖ ସ୍କୁଲ୍ ପରିଚାଳନା କମିଟି କରିବ । ଖରାଛୁଟିରେ ବଣ୍ଟନ ହୋଇଥିବା ବଟିକାର ସମସ୍ତ ତଥ୍ୟକୁ ଦାଖଲ ହେବ। ଏହାର ଦାୟିତ୍ଵ ବ୍ଲକ ଶିକ୍ଷା ଅଧିକାରୀମାନେ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri