ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଓ କେତେକ ଅଞ୍ଚଳରେ ପ୍ରବେଶ କରିବ। ଏହା ପ୍ରଭାବରେ ଗୁରୁବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୦ରୁ ୧୪ ତାରିଖ ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Share