ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୧୨/୨ (ଗିରିଧାରୀ ପରିଛା):ଗଜପତି ଜିଲା ଏକ ଆଦିବାସୀ ଅଧ୍ୟୁଷିତ ଜିଲା। ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ ଏଠି ଲୋକଙ୍କ ଗମନାଗମନ ପାଇଁ ଗୋଟିଏ ଭଲ ରାସ୍ତା ନିର୍ମାଣ କରାଯାଇ ପାରିନାହିଁ। ଅନେକଥର ନିଜ ଗାଁ ରାସ୍ତା ସମସ୍ୟା ଗୁମ୍ମା ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କିଛି ଫଳପ୍ରଦ ହୋଇନାହିଁ। ତେଣୁ ନିଜ ଗାଁ ରାସ୍ତା ମରାମତି ପାଇଁ ନିଜେ ଅଣ୍ଟା ଭିଡ଼ିଛନ୍ତି ଗୁମ୍ମା ବ୍ଲକର ଆବାଡ଼ା ଗ୍ରାମବାସୀ। ପ୍ରତିଦିନ ଯାତାୟାତ ପାଇଁ ନିର୍ଭର କରୁଥିବା ପାଦଚଲା ରାସ୍ତାରେ ମାଟି ପକାଇ ଭଲ ରାସ୍ତାଟିଏ ନିର୍ମାଣ କରିଛନ୍ତି ଗ୍ରାମପାସୀ। ପକ୍କାରାସ୍ତା ନିର୍ମାଣ ନ କରାଗଲେ ଆସନ୍ତା ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।
ଆଦିବାସୀଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା କରିବା ସହ କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନର ଆନ୍ତରିକତା ଅଭାବ ଯୋଗୁଁ ଏହା ସଫଳ ହୋଇପାରୁନଥିବା ଅଭିଯୋଗ କରିଛନ୍ତି ଲୋକେ। ଗୁମ୍ମା ବ୍ଲକର ୧୨ଟି ଗାଁର ଲୋକ ଯେଉଁ ରାସ୍ତା ଉପରେ ନିର୍ଭର କରୁଛନ୍ତି, ବର୍ଷା ହେବା ମାତ୍ରେ ତାହା ଧୋଇଯାଉଛି। ରାସ୍ତା ଖରାପ କାରଣରୁ ଅନେକ ସମୟରେ ଆମ୍ବୁଲାନ୍ସ ପହଞ୍ଚି ପାରୁନାହିଁ। କେବଳ ସେତିକି ନୁହେଁ, ପାହାଡ଼ିଆ ଅଞ୍ଚଳରେ ରାସ୍ତା ଖରାପ କାରଣରୁ ଗମନାଗମନରେ ଅସୁବିଧା ହେବା ସହ ବିଭିନ୍ନ ସମୟରେ ଲୋକେ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ ବିଷୟରେ ପ୍ରଶାସନକୁ ଅନେକ ଥର ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ଫଳପ୍ରଦ ହୋଇପାରି ନାହିଁ। ଶେଷରେ ନିଜେ ଅଣ୍ଟା ଭିଡ଼ି ଗାଁ ରାସ୍ତାକୁ ସଜାଡ଼ୁଛନ୍ତି ଆବାଡ଼ା ଗ୍ରାମବାସୀ। ଏ ନେଇ ଗୁମ୍ମା ବିଡିଓ ଶରତ କୁମାର ପାତ୍ର କହିଛନ୍ତି ଯେ, ପୂର୍ବରୁ ବ୍ଲକ ପ୍ରଶାସନ ପାଖକୁ ଏ ବିଷୟରେ କୌଣସି ଅଭିଯୋଗ ଆସିନାହିଁ। ତେବେ ଏ ବିଷୟରେ ଜିଲାପାଳଙ୍କୁ ଅବଗତ କରାଇ ଯଥାଶୀଘ୍ର ରାସ୍ତା ନିର୍ମାଣର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image