ସରକାରୀ ଜମିରେ ବେଆଇନ ଗୃହ ନିର୍ମାଣ, ଗ୍ରାମବାସୀଙ୍କ ବିରୋଧ

ସିଂହପୁର,୨୫।୭ (ଅନଙ୍ଗ ଉଦୟ ବେଉରିଆ) ବିଂଝାରପୁର ଥାନା ତଥା ବରୀ ତହସିଲ ଅନ୍ତର୍ଗତ ମଧୁସୁଦନପୁର ରାଜସ୍ବ ନିରିକ୍ଷକଙ୍କ କାର୍ଯ୍ୟାଳୟ ନିକଟ ସୁନ୍ଦରପୁର ଗ୍ରାମରେ ବେଆଇନ ଗୃହ ନିର୍ମାଣକୁ ଗ୍ରାମବାସୀ ମାନେ ବିରୋଧ କରିଛନ୍ତି।
ସୂଚନାଯୋଗ୍ୟ, ସୁନ୍ଦରପୁର ଗ୍ରାମର ଭରତ ଚନ୍ଦ୍ର ମଲିକ ସରକାରୀ ଜମିକୁ ଜବରଦଖଲ କରି ବେଆଇନ ଗୃହ ନିର୍ମାଣ କରୁଛନ୍ତି। ଏହି ଗୃହ ନିର୍ମାଣ ସ୍ଥାନରେ ଗ୍ରାମର ଅଙ୍ଗନବାଡି ଗୃହ ନ ଥିବାରୁ ଏଠାରେ ଅଙ୍ଗନବାଡି କେନ୍ଦ୍ର ଖୋଲିବାକୁ ଗ୍ରାମବାସୀ ନିଷ୍ପତ୍ତି ନେଇଥିଲେ ଓ ଅନ୍ୟାନ୍ୟ ସରକାରୀ ଗୃହ କରିବାକୁ ଯୋଜନା କରିଥିଲେ। ଅଥଚ ସଂପୃକ୍ତ ବ୍ୟକ୍ତି ବେଆଇନ ଭାବେ ଗୃହ ନିର୍ମାଣ କରୁଛନ୍ତି। ଏହି ନିର୍ମାଣ ସ୍ଥାନରେ ଏପ୍ରିଲ ୨୯ରେ ୧୪୪ଧାରା ଜାରି ହେବା ସହ ବରୀ ତହସିଲଦାର ଓ ବିଂଝାରପୁର ଥାନା ଅଧିକାରୀଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ଓ ରାଜସ୍ବ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି। ଅଥଚ ଏ ପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବାଧ୍ୟ ହୋଇ ଗ୍ରାମବାସୀ ଆଜି ୫ଟି ସଚିବ, ଜିଲ୍ଲା ଅରକ୍ଷୀ ଅଧିକ୍ଷକ, ଉପ ଜିଲ୍ଲାପାଳ, ବିଂଝାରପୁର ଥାନା ଅଧିକାରୀ, ବରୀ ତହସିଲଦାରଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ବେଆଇନ ଗୃହ ଉଚ୍ଛେଦ ନ ହେଲେ ଗ୍ରାମବାସୀ ମଧୁସୁଦନପୁର ରାଜସ୍ବ ନିରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ କରିବାକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri