ମୁଁ ସୁସ୍ଥ, ମିଛ ପ୍ରଚାରର ଯାଞ୍ଚ ପାଇଁ କମିଟି ହେଉ: ନବୀନ

ଭୁବନେଶ୍ୱର,୩୦ା୫(ଅନିଲ ଦାସ)ବାରିପଦାର ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ଯାଞ୍ଚ କମିଟି ଗଠନ କରିବାକୁ କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟର କଡ଼ା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ କହିଛନ୍ତି ଯେ, ଯେଉଁମାନେ ମୋର ସ୍ବାସ୍ଥ୍ୟାବସ୍ଥା ନେଇ ଅପପ୍ରଚାର କରୁଛନ୍ତି ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ଲାଗି ପ୍ରଧାନମନ୍ତ୍ରୀ କମିଟି ଗଠନ କରନ୍ତୁ। ମୋର ସ୍ବାସ୍ଥ୍ୟ ଲାଗି ପ୍ରଧାନମନ୍ତ୍ରୀଙ୍କ ଯଦି ଏତେ ଚିନ୍ତା, ତେବେ ଜଣେ ଭଲ ବନ୍ଧୁ ଭାବେ ସେ ମୋତେ ଫୋନ କରିପାରିଥାନ୍ତେ। ମାତ୍ର ତାହା ନ କରି ସେ ନିର୍ବାଚନୀ ସଭାରେ ଅରୁଚିକର ବିବୃତି ଦେଉଛନ୍ତି। ଏପରି ଅପପ୍ରଚାର ପଛରେ ନ ପଡ଼ି ରାଜ୍ୟର ଦାବି ପୂରଣ କରିବାକୁ ନବୀନ ପ୍ରଧାନମନ୍ତ୍ରୀଙ୍କୁ ଆହ୍ବାନ ଦେଇଛନ୍ତି।

ନବୀନ କହିଛନ୍ତି ଯେ ମୋ ସ୍ବାସ୍ଥ୍ୟାବସ୍ଥା ନେଇ ପ୍ରଧାନମନ୍ତ୍ରୀ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହା ରାଜନୈତିକ ପ୍ରଣୋଦିତ। ଭାଜପାର ଦିଲ୍ଲୀ ଏବଂ ଓଡ଼ିଶା ନେତାମାନେ ମୋ ସ୍ବାସ୍ଥ୍ୟକୁ ନେଇ ଗତ ୧୦ବର୍ଷ ଧରି ଅପପ୍ରଚାର କରୁଛନ୍ତି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଯଦି ମୋର ସ୍ବାସ୍ଥ୍ୟାବସ୍ଥା ଭଲନାହିଁ ତାହାହେଲେ ଗତ ମାସେ ହେବ କେମିତି ଏତେ ଖରା ଏବଂ ଗରମ ସତ୍ତ୍ୱେ ସାରା ରାଜ୍ୟରେ ନିର୍ବାଚନ ପ୍ରଚାର କରୁଛି। ଏବେ ନିମାପଡ଼ା ପ୍ରଚାର ପାଇଁ ଯାଉଛି। ବିରୋଧୀ ଭାଜପା ଏପରି ଅପପ୍ରଚାର ନ କରି ରାଜ୍ୟର ଦାବି ପୂରଣ କରନ୍ତୁ। ବର୍ଷ ବର୍ଷ ଧରି ରାଜ୍ୟବାସୀ ଦାବିକରି ଆସୁଥିବା କୋଇଲା ରୟାଲ୍‌ଟି ସଂଶୋଧନ ଏବଂ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ଉପରେ ମୋଦି ଗୁରୁତ୍ତ୍ୱ ଦିଅନ୍ତୁ। ଏହାଦ୍ବାରା ରାଜ୍ୟବାସୀ ଉପକୃତ ହେବେ ବୋଲି ନବୀନ କହିଛନ୍ତି। ନିର୍ବାଚନ ସମୟ ହୋଇଥିବାରୁ ଏଭଳି ଅପପ୍ରଚାର କରାଯାଉଛି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri