ସରକାରୀ ଜମିରୁ ତୁରନ୍ତ ହଟିବ ବେଆଇନ ଜବରଦଖଲ: ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ଜବରଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।