ଲକ୍‌ଡ଼ାଉନ୍‌ ପ୍ରଭାବ: ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମୁଛି…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାରଠାରୁ କମିବାରେ ଲାଗିଛି। ମଙ୍ଗଳବାର ମଧ୍ୟ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୯୪୨ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୮୭୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ୧୭ କୋଟି ୨୭ ଲକ୍ଷ ୧୦ ହଜାର ୬୬ଲୋକଙ୍କୁ ଟିକାଦାନ କରାଯାଇ ସାରିଛି।

Share