‘ଜାଗା ମିଶନ’ ଉପରେ କ୍ୟାବିନେଟ୍‌ ମୋହର; ଶିକ୍ଷକଙ୍କ ପାଇଁ ସପ୍ତମ ବେତନ ଲାଗୁ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବସିଥିବା କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିରେ ୫ ମହାନଗର ନିଗମ ପାଇଁ ଜାଗା ମିଶନ ସମେତ ୯ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। କଟକ, ଭୁବନେଶ୍ୱର, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ମହାନଗରର ବସ୍ତିବାସିନ୍ଦାଙ୍କୁ ସରକାର ଜାଗା ଯୋଗାଇବେ । ବସ୍ତି ବାସିନ୍ଦାଙ୍କୁ ୪୫ ବର୍ଗମିଟର ପର୍ଯ୍ୟନ୍ତ ଭୂମି ଅଧିକାର ପ୍ରଦାନ କରାଯିବ। ଲ୍ୟାଣ୍ଡ ରାଇଟ୍ସ ଆକ୍ଟ ଅନୁରେ ଏହି ଜମି ମିଳିବ। ଏହାଦ୍ୱାରା ୯୩୮ଟି ବସ୍ତିର ୧ ଲକ୍ଷ ୯୦ ହଜାର ପରିବାର ତଥା ୮ ଲକ୍ଷ ୫୮ ହଜାର ଲୋକ ଉପକୃତ ହେବେ। ତେବେ ୬ ମାସ ଭିତରେ ଜମି ଯୋଗାଣ କାର୍ଯ୍ୟକ୍ରମ ଶେଷ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।

ଶିକ୍ଷକଙ୍କୁ ପାଇଁ ସପ୍ତମ ବେତନ କମିଶନ ଲାଗୁ କରାଯିବ। ଏହାଦ୍ୱାରା ୨୬ହଜାରରୁ ଅଧିକ ଶିକ୍ଷକ ଏବଂ ଅଣଶିକ୍ଷକ ଉପକୃତ ହେବେ। ଏବେ ଶିକ୍ଷକମାନେ ବର୍ଦ୍ଧିତ ଦରମା ପାଇବେ। ଜାନୁଆରୀ ପହିଲାରୁ ଏହା ଲାଗୁ ହେବ। ଏଥିଲାଗି ବର୍ଷକୁ ୧୨୬ କୋଟି ଟଙ୍କା ରାଜ୍ୟ ସରକାର ଖର୍ଚ୍ଚ କରିବେ। ସେହିଭଳି ସରକାରୀ କଲେଜଗୁଡ଼ିକ ପାଇଁ ୩ ରିକ୍ରୁଟ୍‌ମେଣ୍ଟ ନିୟମ ଅନୁମୋଦିତ ହୋଇଛି। ଫଳରେ ଲାଇବ୍ରେରିଆନ୍‌, କିରାଣି ଆଦି ପଦ ପୂରଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri