ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…

ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ  ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସେ କହିଛନ୍ତି, ୧୫ ଦିନ ଭିତରେ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ହେବ। ଯେଉଁଠି ଅଧିକ ସୁଭଦ୍ରା ଫର୍ମ ରିଜେକ୍ଟ ହୋଇଛି, ସେହି ସ୍ଥାନକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ।

ଅନ୍ୟପକ୍ଷରେ ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ସହ ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ସୂଚନାଯୋଗ୍ୟ, ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ  ଟଙ୍କା ଆସିଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଥିଲେ। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯାଇଥିଲା। ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଥିଲେ, ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍‌ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

କିପରି ହୁଏ ନୂଆ ପୋପ୍‌ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍‌ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍‌ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image