ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଆୟୋଜିତ ଉକ୍ତ ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଡିଜିପି ଅରୁଣ ଷଡ଼ଙ୍ଗୀ ଏବଂ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ।

ଚଳିତବର୍ଷ ୧୫ ଦିନ ବଦଳରେ ଅଣସର ନୀତି ୧୩ ଦିନ ହେବ। ରଥଟଣା ପାଇଁ ହାତରେ ୨ ଦିନ ସମୟ କମ୍‌ ଥିବାରୁ ନୀତିକାନ୍ତି ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ। ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ।

Share