ଅନୁଗୋଳ ଅଫିସ, ୧୫ା୪: ଅନୁଗୋଳ ସହରରେ ପାର୍କିଂ ବ୍ୟବସ୍ଥାକୁ ନେଇ ବାରମ୍ବାର ଆପତ୍ତି ଉଠିବା ପରେ ଜିଲା ପ୍ରଶାସନ ତପତ୍ରତା ଦେଖାଇଛି। ସେହିପରି ଉଠା ଦୋକାନୀଙ୍କ କାରଣରୁ ସହରରେ ଟ୍ରାଫିକ ସମସ୍ୟା ଦେଖାଦେଉଥିବାରୁ ଏଥିରେ ସୁଧାର ଆଣିବାକୁ ଜିଲା ପ୍ରଶାସନ ପକ୍ଷରୁ ଏକ ସ୍ପେଶାଲ ସ୍କ୍ବାଡ୍ ଶୁକ୍ରବାର ଗଢ଼ା ଯାଇଛି। ଉପଜିଲାପାଳ ବଇତୁରା ଦୀପଙ୍କ ନେତୃତ୍ୱରେ ଏହି ସ୍କ୍ବାଡ୍ ସହରର ବିଭିନ୍ନ ସ୍ଥାନରେ ପଇଁତରା ମାରି ଉଠା ଦୋକାନୀ ଓ ବେଆଇନ୍ ପାର୍କିଂ କରିଥିବା ବ୍ୟକ୍ତିଙ୍କୁ ତାଗିଦ୍ କରିଛି। ତେବେ ଶନିବାରଠାରୁ ଚଢ଼ାଉ ଜୋରଦାର କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଯେଉଁ ଉଠା ଦୋକାନୀ ରାସ୍ତା ପାର୍ଶ୍ୱ ଜବରଦଖଲ କରିଥିବେ ଓ ଗାଡ଼ି ବେଆଇନ୍ ପାର୍କିଂ ହୋଇଥିବ, ସେଠାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍କ୍ବାଡ୍ ପକ୍ଷରୁ କୁହାଯାଇଛି।
ଅନୁଗୋଳ ଉପଜିଲାପାଳ ବଇତୁରା ଦୀପଙ୍କ ନେତୃତ୍ୱରେ ଅନୁଗୋଳ ତହସିଲଦାର ଶାଶ୍ୱତ ରଞ୍ଜନ ଦାଶ, ପରିବହନ ଅଧିକାରୀ ନିଖିଲ ପଟ୍ଟନାୟକ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ, ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଅନୁଗୋଳ ଟାଉନ୍ ଥାନା ଅଧିକାରୀ ପ୍ରଭାତ ତ୍ରିପାଠୀଙ୍କ ସହ ବିଭାଗୀୟ ଅଧିକାରୀମାନେ ବେଆଇନ୍ ପାର୍କିଂ ଓ ଉଠା ଦୋକାନୀ କରିଥିବା ଜାଗା ଜବର ଦଖଲର ଅନୁଧ୍ୟାନ କରିଥିଲେ। ଏମାନେ ସାଧାରଣତଃ ଥାନା ଛକ ଠାରୁ ରାଜା ଛକ, ରାଜା ଛକରୁ ମେଡିକାଲ ଛକ ଏହାପରେ ବୁଢ଼ୀ ଠାକୁରାଣୀ ଛକ ଅନୁଧ୍ୟାନ କରିଥିଲେ। ଏହି ଅନୁଧ୍ୟାନ ସମୟରେ ଉଠା ଦୋକାନୀଙ୍କ ପାଇଁ ଟ୍ରାଫିକ ସମସ୍ୟା ହେଉଥିବା ଜାଣିବାକୁ ପାଇଥିଲେ। ଶୁକ୍ରବାର ସେମାନଙ୍କୁ କେବଳ ତାଗିଦ୍ କରାଯାଇଥିବା ବେଳେ ଶନିବାରଠାରୁ ଚଢ଼ାଉ କରାଯାଇ ସାମଗ୍ରୀ ଜବତ କରାଯିବ ବୋଲି ଚେତାବନୀ ଦିଆଯାଇଛି। ସହରକୁ ଉଠା ଦୋକାନୀ ମୁକ୍ତ କରାଯିବା ସହ ଟ୍ରାଫିକ୍ ସମସ୍ୟାକୁ ସ୍ବଭାବିକ୍ କରାଯିବ। ଏ ନେଇ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ କହିଛନ୍ତି, ଏଣିକି ସବୁଆଡୁ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯିବ। ବାରମ୍ବାର ପୌରପାଳିକା ପକ୍ଷରୁ ସେମାନଙ୍କୁ ଉଠା ଯାଉଥିଲେ ମଧ୍ୟ ସେମାନେ ପୁଣି ଆସି ପସରା ମେଲାଉଛନ୍ତି। ତେଣୁ ଉପଜିଲାପାଳଙ୍କ ନେତୃତ୍ୱରେ ଏକ ଟମ୍ ଗଢା ଯାଇଛି। ଏହି ଟିମ୍ ପ୍ରତ୍ୟେକ ଦିନ ସହରରେ ପଇଁତରା ମାରିବା ସହ ଉଠା ଦୋକାନୀ ବା ବେଆଇନ୍ ପାର୍କିଂ ଦେଖିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ସେହିଭଳି ଜେଲ ଛକରେ ମଧ୍ୟ ବସୁଥିବା ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯିବ। ଜେଲର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍ଯାପିତ
ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼
ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ
ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ
ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା
ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...

ଅଧା ରହିଗଲା ପ୍ରେମ କାହାଣୀ: ପ୍ରେମିକା ପିଇଲେ କୀଟନାଶକ, ପରେ ପ୍ରେମିକ ନେଲେ…
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁକ୍ତ ୨ ନାବାଳିକା...

ଗାଁରେ ପଶିଲେ ୨୮ ଟିକିଆ ହାତୀପଲ, ବାସହରା ହେଲେ ପରିବାର
ଜି.ଉଦୟଗିରି,୫ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ପଶି ଆସି ଘର...