୩୬ ଘଣ୍ଟାରେ ଆହୁରି ଘନୀଭୂତ ହେବ ଲଘୁଚାପ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୩.୬ କିମି ଉଚ୍ଚତା ଯାଏ ବ୍ୟାପିଛି। ଆଗମୀ ୩୬ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ସ୍ପଷ୍ଠ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଭାବରେ ଆସନ୍ତା ୨ ଦିନ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ୮ଟି ଜିଲାକୁ ଅରେଞ୍ଜ ଓ ୧୫ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Share