୭ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪।୯(ଅନିଲ ଦାସ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବ ବୋଲି ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଲଘୁଚାପ ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେ ସବୁ ଜିଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଅନୁଗୁଳ।

Share