ଗୋଟିଏ ଦିନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିବ ୧୨ ଲକ୍ଷ

ନୂଆଦିଲ୍ଲୀ, ୨୨।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୯୨ହଜାର ୯୧୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୮ ହଜାର ୭୩୨ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୭ ହଜାର ୭୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ୬୪୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଇତିମଧ୍ୟରେ ଦେଶରେ ୭ଲକ୍ଷ ୫୩ ହଜାର ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୪ ଲକ୍ଷ ୧୧ ହଜାର ୧୩୩ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏବେ ପ୍ରତି ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହାରା ହାରି ୩୭ରୁ ଅଧିକ ରହୁଛି। ଏହି ଧାରା ଜାରି ରହିଲେ ଆଉ ଗୋଟିଏ ଦିନ ପରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ଛୁଇଁବାର ଆଶଙ୍କା ଥିବା କୁହାଯାଉଛି। ସେହିପରି ଗୋଟିଏ ସପ୍ତାହ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ଟପିବାର ଆଶଙ୍କା ରହିଛି।

Share