ଆଉ ଗୋଟିଏ ଦିନପରେ ୧୮ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୨।୮:

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଉ ଗୋଟିଏ ଦିନ ପରେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଛୁଇଁବାର ଆଶଙ୍କା ଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୭ ହଜାର ୩୬୪ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୪ ହଜାର ୭୩୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୮୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରବିବାର ସୁଦ୍ଧା ୧୧ ଲକ୍ଷ ୪୫ ହଜାର ୬୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୫ଲକ୍ଷ ୬୭ ହଜାର ୭୩୦ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଅଗଷ୍ଟ ୧ ସୁଦ୍ଧା ଦେଶରେ କୋଟିଏ ୯୮ ଲକ୍ଷ ୨୧ ହଜାର ୮୩୧ ଜଣଙ୍କ ନମୁନା ପରୀକ୍ଷା ହୋଇସାରିଛି। ଶନିବାର ୪ ଲକ୍ଷ ୬୩ ହଜାର ୧୭୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।

Share