ଭୁବନେଶ୍ୱର,୧୩।୧(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ରହିଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଫିସରେ ପଶିଛି କରୋନା। ଗୋଟିଏ ଦିନରେ ବିଏମ୍ସିର ୨୨ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିଲାଗି ଗୁରୁବାର ବିଏମ୍ସି କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହାଛଡ଼ା କାର୍ଯ୍ୟାଳୟର ଅନ୍ୟ ସମସ୍ତ କର୍ମଚାରୀଙ୍କ ନମୂନା ପରୀକ୍ଷଣ କରାଯିବ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ଖୋର୍ଦ୍ଧରୁ ସର୍ବାଧିକ ଆକ୍ରାନ୍ତ ଅଛନ୍ତି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ନ ହେଲେ ପରିସ୍ଥିତି ବିଗିଡ଼ିପାରେ ବୋଲି ଚର୍ଚ୍ଚା ହେଉଛି।