ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉ ନାହିଁ। ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୦ ଛୁଇଁଲାଣି। ସୋମବାର ପୁଣି ଜିଲାରୁ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାର ୫୨ ଜଣଙ୍କ ଜୀବନ ଗଲାଣି।
ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୩୦୦ ଜଣଙ୍କ ମୃତ୍ୟୁ ଘଟିଛି।

Share