ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡେ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି ଏକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି ଉତ୍ତରପ୍ରଦେଶ ବାରାଣସୀରେ। ଏଠାରେ ଜଣେ ବ୍ୟକ୍ତି ସାଇକେଲରେ ତାଙ୍କର ସେଲୁନ ଧରି ଘର ଘର ବୁଲି କେଶ କାଟିବା ପାଇଁ ନିମନ୍ତ୍ରଣ ଦେଉଛନ୍ତି। ତା ପୁଣି ମାଗଣାରେ। ହେଲେ ଏଥିପାଇଁ ସେ ଏକ ସର୍ତ୍ତ ରଖିଛନ୍ତି। ଏହି ସର୍ତ୍ତ ଅନୁସାରେ ସେ କେବଳ ଗୋଟିଏ ଷ୍ଟାଇଲ୍‌ରେ ଚୁଟି କାଟିବେ, ତାହା ହେଉଛି ଯୋଗୀ ଷ୍ଟାଇଲ୍‌ ଅର୍ଥାତ୍‌ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଭଳି ଯିଏ ଚୁଟି କାଟିବ ସେ ମାଗଣାରେ ତା’ର ଚୁଟି କାଟିଦେବେ ବୋଲି କହିଛନ୍ତି। ଏଭଳି ଏକ ଘୋଷଣା କରି ସହରର ଗଳିକନ୍ଦିରେ ବୁଲୁଥିବା ବ୍ୟକ୍ତିଙ୍କ ନାମ ଛୋଟେ ଲାଲ୍‌ ଓ ତାଙ୍କ ସେଲୁନର ନାଁ ମୋଦି ହେୟାର କଟିଂ ସେଲୁନ୍‌। ନିଜକୁ ସେବକ ବୋଲି କହୁଥିବା ଛୋଟେ ଲାଲ୍‌ ଆଗକୁ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ଏଭଳି ଏକ ଅଫର ଯୋଗାଇ ଦେଉଛନ୍ତି। କୁମ୍ଭ ମେଳା ପାଇଁ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପ୍ରସ୍ତୁତି ଦେଖିବାକୁ ମିଳିଛି। ଆଉ ଏଥିପାଇଁ ଛୋଟେ ଲାଲ୍‌ଙ୍କର ଭ୍ରାମ୍ୟମାଣ ସେଲୁନ୍‌କୁ ନେଇ ଏବେ ସୋସିଆଲ ମିଡିଆରେ ବି ଖୁବ୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋବୋ ଯୁଦ୍ଧ

ଣସି ଯୁଦ୍ଧ ପାଇଁ ସୈନିକ ଏବଂ ଅସ୍ତ୍ରଶସ୍ତ୍ର ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ପ୍ରାଚୀନ କାଳରେ ଖଣ୍ଡା, ତରବାରି ସାହାଯ୍ୟରେ ଯୁଦ୍ଧ ହେଉଥିଲା। ଏହା ଥିଲା ପ୍ରତ୍ୟକ୍ଷ...

ସନ୍ଦେହଘେରରେ ୟୁପିଏସ୍‌

କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକର ସମର୍ଥନ ଓ ଭାଗୀଦାରିରେ ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ ପରିଷଦ (ଏନ୍‌ଜେସିଏ) ଭଳି ଏକ ବୃହତ୍‌କାୟ ସର୍ବଭାରତୀୟ ମିଳିତ ମଞ୍ଚ ଅଧୀନରେ ରେଳ...

ପରିସ୍ଥିତିର ଦାସ

ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍‌ ଲାଡେନ୍‌ଙ୍କ ସଙ୍ଗଠନ ଅଲ୍‌-କାଏଦା ଆମେରିକାର ବିଶ୍ୱ...

ଏଇ ଭାରତରେ

ବୟସ ୨୫, ହେଲେ ଜାସ୍‌ କାଲ୍‌ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍‌ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ...

ନାଗା ସୃଜନ ନାୟିକା

ଏବେ ସାହିତ୍ୟରେ ଗୋଟେ ନୂଆ ଫର୍ମାଟ୍‌ ବିକଶିତ ହୋଇଛି। ପୁରୁଣା କଥାବସ୍ତୁ, ପୌରାଣିକ ଆଖ୍ୟାୟିକା, ଐତିହାସିକ ଘଟଣାବଳୀକୁ ଲେଖକମାନେ ନୂତନ ଢଙ୍ଗରେ ବ୍ୟାଖ୍ୟାନ କରି ବଡ଼...

ଗଣତନ୍ତ୍ରରେ ଦଳ ଓ ସରକାର

ଆମ ଦେଶ ଯେ ବିଶ୍ୱରେ ଏକ ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାବରେ ପରିଚିତ ଏଥିରେ ତିଳେମାତ୍ର ସନ୍ଦେହ ନାହିଁ। ୭୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ...

ଆଗକୁ କ’ଣ ଘଟିବ

୨୦୨୫ ବର୍ଷଟି ବିଭିନ୍ନ ଉପାୟରେ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ। ଡୋନାଲ୍ଡ ଟ୍ରମ୍ପ ଆସନ୍ତା ମାସରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା...

ମୁଁ କାହିଁକି ବାହାହେବି

ରତୀୟ ପରମ୍ପରାରେ ବିବାହ ହେଉଛି ଏକ ପବିତ୍ର ବନ୍ଧନ। ସାମାଜିକ ଚଳଣି ଓ ଜୀବନ ନିର୍ବାହ ନିମନ୍ତେ ବିବାହ ଜରୁରୀ। ଜଣେ ମଣିଷର ଜୀବନ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri