ପୃ୍‌ଥିବୀର ୫୦ ପ୍ରତିଶତ ଆକ୍ରାନ୍ତ ପ୍ରତିଦିନ ଭାରତରେ ହେଉଛନ୍ତି ଚିହ୍ନଟ: ଗୋଟିଏ ଦିନରେ ୩ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୮୯୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଏବଂ କବରସ୍ତାନ ବାହାରେ ମୃତଦେହଗୁଡ଼ିକ ଧାଡ଼ିରେ ରହିଥିବାର ଦେଖିବାକୁ ମିଳୁଛି। ପ୍ରତିଦିନ ପୃଥିବୀର ମୋଟ ଆକ୍ରାନ୍ତଙ୍କ ସଂଖ୍ୟାର ୫୦ ପ୍ରତିଶତ ଭାରତରେ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୪ ଲକ୍ଷ ୫୭ ହଜାର ୫୭୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୧ କୋଟି ୩୦ ଲକ୍ଷ ୧୭ ହଜାର ୧୯୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share