ଜାନୁୟାରୀରେ କମିବ ଶୀତ

ଭୁବନେଶ୍ୱର,୧।୧: ଜାନୁୟାରୀରେ ଶୀତର ପ୍ରଭାବ କମିବା ନେଇ ସମ୍ଭାବନା ରହିଛି। ସ୍ବଭାବିକଠାରୁ ରାତିର ତାପମାତ୍ରା ବଢ଼ିବାରୁ ଥଣ୍ଡା କମ ରହିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି କୁହାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ଆଗାମୀ ୩ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Share