କନ୍ଧମାଳରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ

ବାଲିଗୁଡ଼ା,୯।୨:(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ କନ୍ଧମାଳରେ ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଙ୍ଗଠନ । ଗତ କିଛିଦିନ ପୂର୍ବରୁ ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଅଞ୍ଚଳରେ ମାଓବାଦୀ ପୋଷ୍ଟର ମିଳିଥିବା ବେଳେ ବେଳେ ମଙ୍ଗଳବାର ଫିରିଙ୍ଗିଆ ଥାନା ଅଞ୍ଚଳରେ ରାସ୍ତା କାମକୁ ବିରୋଧ କରିଥିଲେ ମାଓବାଦୀ । ରାସ୍ତା କାମରେ ନିୟୋଜିତ ହୋଇଥିବା ଠିକା ସଂସ୍ଥାର ତିନୋଟି ଗାଡ଼ି ପୋଡ଼ି ଦେଇଥିବାବେଳେ ବୁଧବାର ପୁଣି ବାଲିଗୁଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳର ସୁନାପାଙ୍ଗା, ପଣଷପଡ଼ି,ନୁଆସାହି ଭଳି ବିଭିନ୍ନ ସ୍ଥାନରେ କେକେବିଏନ ମାଓବାଦୀ ସଂଗଠନ ପକ୍ଷରୁ ବ୍ୟାନର ଓ ପୋଷ୍ଟର ଜାରି ହୋଇଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ମାଓବାଦୀଙ୍କ ଉପସ୍ଥିତିକୁ ନେଇ ଅଞ୍ଚଳରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ଜଣାପଡ଼ିଛି ।

Share