ସ୍କୁଲରେ ପିଲା ଶୁଣିଲେ ହକିର ଜୟଗାଥା

ଭୁବନେଶ୍ୱର, ୧୦ା୧୦(ଅସମାପିକା ସାହୁ):ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ସୋମବାର ଛାତ୍ରୀଛାତ୍ରଙ୍କୁ ହକିର ସଫଳତା ସମ୍ବନ୍ଧରେ ଏକ ପ୍ରେରଣାଦାୟୀ ବକ୍ତବ୍ୟ ଦିଆଯାଇଛି। ପ୍ରାର୍ଥନା ସଭାରେ ସମସ୍ତ ଶିକ୍ଷକଙ୍କ ଉପସ୍ଥିତିରେ ଛାତ୍ରୀଛାତ୍ରଙ୍କୁ ଭାରତୀୟ ହକି ଦଳର ସଫଳତାର କାହାଣୀ କୁହାଯାଇଛି। ଛାତ୍ରୀଛାତ୍ର ଭାରତୀୟ ହକି ଦଳର ପରାକାଷ୍ଠା ଓ ବିଜୟ କାହାଣୀକୁ ଉତ୍ସାହର ସହ ଶୁଣିଥିଲେ। ଚାଇନାରେ ଅନୁଷ୍ଠିତ ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳ ସ୍ବର୍ଣ୍ଣ ପଦକ ଜିତି ୨୦୨୪ ଅଲିମ୍ପିକ୍ସ ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳର ଏହା ଚତୁର୍ଥ ସ୍ବର୍ଣ୍ଣ ପଦକ। ଭାରତ ଦଳରେ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଅମିତ ରୋହିଦାସ୍‌ ପ୍ରତିନିଧିତ୍ୱ କରିଥିଲେ। ଏହି ଜୟଗାଥାର କାହାଣୀ ପ୍ରତ୍ୟେକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭଗ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ପୂର୍ବ ନିର୍ଦ୍ଦେଶାନୁସାରେ ଶିକ୍ଷକମାନେ ସୋମବାର ପ୍ରାର୍ଥନା ସଭାରେ ଭାରତୀୟ ହକିର ଏହି ସଫଳତାରେ ଓଡ଼ିଶାର ଅବଦାନ ସମ୍ପର୍କରେ ପିଲାମାନଙ୍କୁ ବିସ୍ତୃତ ଭାବରେ କହିଥିଲେ। ଆମ ରାଜ୍ୟର ହକି ତାରକା ଦିଲୀପ ତିର୍କୀ, ବୀରେନ୍ଦ୍ର ଲାକ୍ରା, ଅମିତ୍‌ ରୋହିଦାସ୍‌, ନୀଲମ୍‌ ସଞ୍ଜୀବ୍‌ ଖେସ୍‌, ସୁଭଦ୍ରା ପ୍ରଧାନ, ନମିତା ଟପ୍ପୋ, ଲିଲିମା ମିଞ୍ଜ୍‌ଙ୍କ ପରି ଅନେକ ହକି କ୍ରୀଡ଼ାବିତ୍‌ଙ୍କ ସମ୍ପର୍କରେ ସୂଚନା ଦିଆଯାଇ ଛାତ୍ରୀଛାତ୍ରଙ୍କ ମନରେ ହକି ପ୍ରତି ଆଗ୍ରହ ସୃଷ୍ଟି କରାଯାଇଥିଲା। ଫଳରେ ସେମାନଙ୍କ ଉତ୍ସାହ ଓ ଆତ୍ମବିଶ୍ୱାସ ବଢ଼ିଥିବା ବିଭାଗ ପକ୍ଷରୁ କୁହାଯାଇଛି।
ଉଲ୍ଲେଖଯୋଗ୍ୟ, ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ବିକାଶ ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇଁ ସ୍କୁଲ ଶିକ୍ଷାରେ କ୍ରୀଡ଼ାର ଗୁରୁତ୍ୱକୁ ଉପଲବ୍ଧି କରି ଓଡି଼ଶାରେ ୫-ଟି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ମାଧ୍ୟମରେ କ୍ରୀଡ଼ାକୁ ପ୍ରାଥମିକତା ଦିଆଯାଉଛି। ରୂପାନ୍ତରିତ ହୋଇଥିବା ସମସ୍ତ ସ୍କୁଲରେ ହକି, ଟେନିସ୍‌, ଫୁଟବଲ୍‌, ବାସ୍କେଟ୍‌ ବଲ୍‌ ସହ ପାରମ୍ପରିକ କ୍ରୀଡ଼ା ପାଇଁ ଆବଶ୍ୟକ ଭିତ୍ତିଭୂମି ଓ ଉପକରଣ ଯୋଗାଇ ଦିଆଯାଇଛି। ଆକର୍ଷଣୀୟ ଖେଳପଡ଼ିଆ ସହ ଇନ୍‌ଡୋର ସ୍ପୋଟର୍‌ସ କମ୍ପ୍ଲେକ୍ସ ଓ କ୍ରୀଡ଼ା ଉପକରଣ ମଧ୍ୟ ଯୋଗାଇ ଦିଆଯାଇଛି। ହକିକୁ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡିକରେ ‘ମୋ ସ୍କୁଲ ହକି କ୍ଲବ୍‌’ କାର୍ଯ୍ୟ କରୁଛି। ସ୍କୁଲସ୍ତରରୁ ପ୍ରତିଭା ଚିହ୍ନଟ ଓ ସେମାନଙ୍କୁ ଦକ୍ଷ କ୍ରୀଡ଼ାବିତ୍‌ କରି ଗଢ଼ି ତୋଳିବାରେ ଏହି କ୍ଲବ୍‌ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଷଷ୍ଠରୁ ଊର୍ଦ୍ଧ୍ୱ ଶ୍ରେଣୀର ଛାତ୍ରୀଛାତ୍ର ଏହି କ୍ଲବ୍‌ରେ ଅଂଶଗ୍ରହଣ କରି ହକି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri