କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୧ା୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସବୁ ଗାଁକୁ ରାସ୍ତା, ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ପାଇଁ ଜମି, ସ୍ବତନ୍ତ୍ର ରେଣ୍ଟ ସମ୍ପର୍କିତ ନୀତି, ମଝିଘରିଆଣୀ ମନ୍ଦିର ରୂପାନ୍ତରଣ ପାଇଁ ଜମି, ଓଡ଼ିଶା ଜିଏସ୍‌ଟି ଆଇନରେ ସଂଶୋଧନ ଆଦି ୧୫ଟି ପ୍ରସ୍ତାବରେ ମୋହର ଲାଗିଛି।

Share