ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ଖବରଦାତା ସମ୍ମିଳନୀ: ରାଜ୍ୟରେ ବଢ଼ିବ କି ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୫: ରବିବାର ସଂଧ୍ୟା ୬.୩୦ରେ କରୋନା ଜନିତ କିଛି ବଡ଼ ଘୋଷଣା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କରିପାରନ୍ତି । ତେବେ ରାଜ୍ୟରେ ଲାଗୁ ହୋଇଥିବା ଲକ୍‌ଡାଉନ ସୋମବାର ଶେଷ ହେବାକୁ ଯାଉ ଥିବା ବେଳେ ଲକ୍‌ଡାଉନ କି କରୋନା ସ୍ଥିତି ନେଇ ସେ କିଛି ଘୋଷଣା କରିପାରନ୍ତି ।
ଓଡ଼ିଶାରେ କରୋନା ସଂକ୍ରମଣ ସାମାନ୍ୟ କମିଛି । ହେଲେ ଏଥିରେ ଉତ୍ସାହିତ ହୋଇ ଢିଲା ହେବାର ସମୟ ଏହା ନୁହେଁ। ସାମାନ୍ୟ ଅବହେଳା ହିଁ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ ବୋଲି ବିଶେଶଜ୍ଞମାନେ କହୁଛନ୍ତି । ତେବେ ସଂକ୍ରମଣ ହାର ୫ ପ୍ରତିଶତକୁ ନ ଖସିବା ପର୍ଯ୍ୟନ୍ତ ରାଜ୍ୟରେ କଟକଣାକୁ କୋହଳ କରିବା ଠିକ୍‌ ହେବ ନାହିଁ । ଏପିରିକ ରାଜ୍ୟରେ ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ତେଣୁ ଜୁନ ପହିଲାରେ ଶେଷ ହେଉଥିବା ଲକଡାଉନ ଅବଧିକୁ ବଢ଼ାଇବାକୁ ପଡିବ । ତେବେ କରୋନା ସଂକ୍ରମଣ ଚେନ୍‌ରେ ବ୍ରେକ ଲାଗି ପାରିବ ବୋଲି ବିଶେଷଜ୍ଞମାନେ ମତ ରଖୁଛନ୍ତି । ତେଣୁ ଜୀବନ ସହ ଜୀବିକାକୁ ମଧ୍ୟ ଗୁରୁତ୍ୱ ଦେଇ ବିଭିନ୍ନ ଦିଗରେ ବିଚାର କରୁଛନ୍ତି ରାଜ୍ୟ ସରକାର। ସମ୍ଭବତଃ ଯେଉଁ ଜିଲାଗୁଡ଼ିକରେ ବର୍ତ୍ତମାନ ସଂକ୍ରମଣ ଦ୍ରୁତ ହାରରେ ଖସୁଛି କିମ୍ବା ପଜିଟିଭ ହାର ୧୦% ପାଖାପାଖି ଅଛି, ସେଠାରେ ଲକଡାଉନ କଟକଣା ସାମାନ୍ୟ କୋହଳ ହୋଇପାରେ ବୋଲି ସୂଚନା ରହିଛି ।
ତେଣୁ ମୁଖ୍ୟ ଶାସନ ସଚିବଙ୍କ ଖବରଦାତା ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ...

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri