ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୬୧୫ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୭୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୩୭ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୭୮ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୪୨ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୭୨, ବାଲେଶ୍ୱର ୯୮, ବରଗଡ଼ ୫, ଭଦ୍ରକ ୬୦, ବଲାଙ୍ଗୀର ୭, ବୌଦ୍ଧ ୧୧, କଟକ ୨୨୯, ଦେବଗଡ଼ ୯, ଢ଼େଙ୍କାନାଳ ୩୦, ଗଜପତି ୨, ଗଞ୍ଜାମ ୭, ଜଗତସିଂହପୁର ୯୬, ଯାଜପୁର ୭୦, ଝାରସୁଗୁଡ଼ା ୧୦, କଳାହାଣ୍ଡି ୨, କନ୍ଧମାଳ ୧୪, କେନ୍ଦ୍ରାପଡ଼ା ୪୦, କେନ୍ଦୁଝର ୧୫, କୋରାପୁଟ ୪, ମାଲକାନଗିରି ୪, ମୟୁରଭଞ୍ଜ ୪୮, ନବରଙ୍ଗପୁର ୧୨, ନୟାଗଡ଼ ୪୨, ନୂଆପଡ଼ା ୫, ପୁରୀ ୧୨୩, ରାୟଗଡ଼ା ୯, ସମ୍ବଲପୁର ୧୬, ସୁବର୍ଣ୍ଣପୁର ୯, ସୁନ୍ଦରଗଡ଼ ୩୦ ଓ ଷ୍ଟେଟ ପୁଲରୁ ୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୭୪,୧୩୨ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୫୧,୦୪୯ଜଣ ସୁସ୍ଥ ହୋଇଥିବା ବେଳେ ୧୭,୨୬୨ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share