ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬,୬୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଟକ ଜିଲାରୁ ସର୍ବାଧିକ ୧୮ଜଣ, ଖୋର୍ଦ୍ଧାରୁ ୧୧ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ କେବଳ ଭୁବନେଶ୍ୱରରୁ ୬ଜଣ ରହିଛନ୍ତି। ସେହିପରି ସମ୍ବଲପୁରରୁ ୯, ଯାଜପୁରରୁ ୫, କେନ୍ଦ୍ରାପଡ଼ା ଓ ମୟୁରଭଞ୍ଜରୁ ୪ଜଣ ଏବଂ ଢ଼େଙ୍କାନାଳ ଓ ସୁବର୍ଣ୍ଣପୁରରୁ ୩ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ସେହିଭଳି ବାଲେଶ୍ୱର ଓ ପୁରୀରୁ ୨ଜଣ ଲେଖାଏ ଏବଂ କେନ୍ଦୁଝରରୁ, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

Share