ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୨୪୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୦, ବରଗଡ଼ରୁ ୭ ଓ ଅନୁଗୋଳରୁ ୬ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ କେନ୍ଦୁଝରରୁ ୫, କେନ୍ଦ୍ରାପଡ଼ାରୁ ୪ ଓ ବାଲେଶ୍ୱରରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳିି ଭଦ୍ରକ,ବୌଦ୍ଧ, ଗଞ୍ଜାମ, ନୟାଗଡ଼ ଓ ପୁରୀ ଜିଲାରୁ ୨ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କୋରାପୁଟ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share